ସୋଆ ‘ଜାଗୋ’ ପକ୍ଷରୁ ଜଳ ସେବା ଶିବିର ଆୟୋଜିତ

ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ‘ଜାଗୋ’ କ୍ଲବ ପକ୍ଷରୁ ସୋମବାର ଜଳ ସେବା ଶିବିର ବିଶ୍ୱବିଦ୍ୟାଳୟର ମୁଖ୍ୟ କାର୍ଯ୍ୟାଳୟ ସମ୍ମୁଖରେ ଆୟୋଜିତ ହୋଇଯାଇଛି । ଏହି ମହତ୍ କାର୍ଯ୍ୟ ଅବସରରେ ସୋଆର ଉପକୁଳପତି ପ୍ରଫେସର ପ୍ରଶାନ୍ତ କୁମାର ପାତ୍ର, କଂଟ୍ରୋଲର ଅଫ୍ ଏଗ୍‌ଜାମିନେସନ ପ୍ରଫେସର ମଞ୍ଜୁଳା ଦାସ, ସୋଆ ପରିଚାଳିତ ଇନ୍‌ଷ୍ଟିୁଚ୍ୟଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଡିନ୍ ପ୍ରଫେସର ପି.କେ ସାହୁ ଓ ‘ଜାଗୋ’ କ୍ଲବର ଆବାହକ ପ୍ରଫେସର ଅନୀତା ପଣ୍ଡା ଉପସ୍ଥିତ ରହି ପଥଚାରୀଙ୍କୁ ପାନୀୟ ଜଳ ଓ ପଣା ବଂଟନ କରିଥିଲେ ।
ଏହି ଅବସରରେ ଆସୋସିଏଟ୍ ପ୍ରଫେସର ତନ୍ମୟ ପରିଡ଼ା, ଆସିଷ୍ଟାଂଟ ପ୍ରଫେସର ଅଭିଜିତ ଚୌଧୁରୀ, ଷ୍ଟୁଡେଂଟ କୋଅର୍ଡିନେଟର ଶ୍ରୀ ଶିବାନୀ ଶଙ୍କର ପଟ୍ଟନାୟକଙ୍କ ସମେତ ଅନ୍ୟ କର୍ମକର୍ତା ଓ ଛାତ୍ରଛାତ୍ରୀମାନେ ଉପସ୍ଥିତ ରହିଥିଲେ ।
‘ଜାଗୋ’ କ୍ଳବ ପକ୍ଷରୁ ସୋଆର ବିଭିନ୍ନ କ୍ୟାମ୍ପସ ନିକଟବର୍ତୀ ବସ୍ତିଗୁଡ଼ିକର ଛୋଟ ଛୋଟ ପିଲାମାନଙ୍କୁ ପାଠ ପଢ଼ାଇବା ଭଳି ମହତ୍ କାର୍ଯ୍ୟ ଦୀର୍ଘ ବର୍ଷ ହେବ କରାଯାଉଅଛି । ଏହି ପରିପ୍ରେକ୍ଷୀରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଜଳ ସେବା ଶିବିରର ମଧ୍ୟ ଆୟୋଜନ କରାଯାଇଥିଲା ।

  • Related Posts

    ସୋଆ କୃଷି ମହାବିଦ୍ୟାଳୟ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

    ଭୁବନେଶ୍ୱର, ଏପ୍ରିଲ ୨୦: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍‌ଚରାଲ ସାଇନ୍‌ସେସ୍ (ଆଇଏଏସ୍‌) ପକ୍ଷରୁ ଓଡ଼ିଶାର କୃଷିଭିତିକ ପର୍ବ ପବିତ୍ର ‘ଅକ୍ଷୟ ତୃତୀୟା’ ପାଳିତ ହୋଇଯାଇଛି । ନୂଆଗାଁ ସ୍ଥିତ ସୋଆ ଅନ୍ତର୍ଗତ ଆଇ.ଏନ.ଏସ ଫାର୍ମ…

    Continue reading
    ଶିକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦିଆଯିବ – ମୁଖ୍ୟମନ୍ତ୍ରୀ

    ଭୁବନେଶ୍ବର: ଏହି ବିଦ୍ୟାଳୟ କେବଳ ଏକ ଶିକ୍ଷାନୁଷ୍ଠାନ ନୁହେଁ, ବରଂ ଏହା ଅଞ୍ଚଳର ସାମାଜିକ ଓ ବୌଦ୍ଧିକ ଉନ୍ନତିର ଏକ ପ୍ରମୁଖ କେନ୍ଦ୍ର ଭାବେ ପରିଚିତ ବୋଲି କଟକ ଜିଲ୍ଲାର ସୁନ୍ଦରଗ୍ରାମରେ ଅବସ୍ଥିତ ସୁନ୍ଦରଗ୍ରାମ ସରକାରୀ ହାଇସ୍କୁଲର ପ୍ଲାଟିନମ୍ ଜୁବୁଲି ଉତ୍ସବରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ