ଭୁବନେଶ୍ୱର,୨୧/୦୪/୨୦୨୬:ଭୋଟର ତାଲିକାରୁ ୯ ଲକ୍ଷ ୮୦ ହଜାର ଭୋଟରଙ୍କ ନାମ କଟିବା ପ୍ରସଙ୍ଗରେ ଉଦବେଗ ପ୍ରକାଶ କଲେ ବିଜେଡି ସାଂସଦ ସସ୍ମିତ ପାତ୍ର । ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ଚିଠି ଲେଖିଲେ ସସ୍ମିତ । ପୁନଃ ଯାଞ୍ଚ କରି ଭୋଟରଙ୍କ ଅଧିକାର ଫେରାଇବାକୁ ଚିଠିରେ ଅପିଲ । ତେବେ ସ୍ପେଶାଲ ଇଣ୍ଟେନସିଭ୍ ରିଭିଜନ୍ ବା ଏସ.ଆଇ.ଆରକୁ ନେଇ ଅଭିଯୋଗ ଆଣିଛନ୍ତି ସାଂସଦ ସସ୍ମିତ ପାତ୍ର । ନିର୍ଭୁଲ ଭୋଟର ତାଲିକା ଗଣତନ୍ତ୍ର ପାଇଁ ଆବଶ୍ୟକ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ପ୍ରାଥମିକ ଯାଞ୍ଚରେ ଏତେ ସଂଖ୍ୟକ ଭୋଟରଙ୍କ ନାଁ ବାଦ୍ ପଡ଼ିଛି, ଯାହା ସ୍ୱଚ୍ଛତା ଉପରେ ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ଲେଖିଛନ୍ତି। ପ୍ରକୃତ ଭୋଟର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ହୋଇପାରନ୍ତି। ଏହା ନିର୍ବାଚନର ନିରପେକ୍ଷତାକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ତେଣୁ ସମ୍ପୂର୍ଣ୍ଣ ପ୍ରକ୍ରିୟାର ପୁନର୍ବିଚାର କରିବାକୁ ଅନୁରୋଧ କରିଛନ୍ତି ସସ୍ମିତ ।
ଭୟ ଓ ଦୁର୍ନୀତିର ରାଜନୀତିକୁ ପ୍ରତ୍ୟାଖ୍ୟାନ କରିବେ ପଶ୍ଚିମବଙ୍ଗର ଜନତା – ଧର୍ମେନ୍ଦ୍ର ପ୍ରଧାନ
• ରୋଡ୍-ସୋ’ ଏବଂ ଶୋଭାଯାତ୍ରାରେ ସାମିଲ ହୋଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ କଲେ ପ୍ରଚାର • ଟିଏମସି ଯେତେ ଚେଷ୍ଟା କଲେ ମଧ୍ୟ ବିଜେପିର ସଂକଳ୍ପକୁ ନେଇ ଲୋକଙ୍କୁ ବିଭ୍ରାନ୍ତ କରିପାରିବ ନାହିଁ • ପଶ୍ଚିମବଙ୍ଗର ସୁରକ୍ଷା, ସୁଯୋଗ ଏବଂ ସାମଗ୍ରିକ…

