ଜନଗଣନାକାରୀଙ୍କ ଆବଶ୍ୟକୀୟ ସୁରକ୍ଷା ବ୍ୟବସ୍ଥା ପାଇଁ ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ କମିଶନରଙ୍କୁ ଜରୁରୀ ନିର୍ଦ୍ଦେଶନାମା ଜାରି

– ଜନଗଣନାକାରୀ ଏବଂ ସାଧାରଣଲୋକଙ୍କ ସୁରକ୍ଷା ଆମର ପ୍ରାଥମିକତା – ରାଜସ୍ୱ ମନ୍ତ୍ରୀ
– ଜନଗଣନାରେ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନଙ୍କ ସୁରକ୍ଷା ପାଇଁ ପୋଲିସ୍ ପ୍ରଶାସନକୁ ଦାୟିତ୍ଵ
– ଜନଗଣନାରେ କାର୍ଯ୍ୟରେ ସହାୟତା କରି ସଠିକ ତଥ୍ୟ ପ୍ରଦାନ କରିବାକୁ ଓଡ଼ିଶାବାସୀଙ୍କୁ ନିବେଦନ କଲେ ରାଜସ୍ୱ ମନ୍ତ୍ରୀ
ଭୁବନେଶ୍ବର, ଏପ୍ରିଲ୍ ୨୨ : ପ୍ରଥମ ପର୍ଯ୍ୟାୟ ଜନଗଣନା ପରିପ୍ରେକ୍ଷୀରେ ଲୋକସେବା ଭବନଠାରେ ମାନ୍ୟବର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ସମସ୍ତ ପ୍ରତିକୂଳ ପରିସ୍ଥିତିକୁ ଦୃଷ୍ଟିରେ ରଖି ମାନ୍ୟବର ମନ୍ତ୍ରୀ ଶ୍ରୀ ପୂଜାରୀ ଜନଗଣନା କାର୍ଯ୍ୟରେ ନିୟୋଜିତ ସମସ୍ତ ଅଧିକାରୀ ଏବଂ କର୍ମଚାରୀଙ୍କ ସୁରକ୍ଷାକୁ ଅଗ୍ରାଧିକାର ଦେଇ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି l ସମ୍ପ୍ରତି ରାଜ୍ୟରେ ୨୦୨୭ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ୧୬ ଏପ୍ରିଲ ୨୦୨୬ରୁ ୧୫ ମଇ ୨୦୨୬ ପର୍ଯ୍ୟନ୍ତ ଆବାସ ଗଣନା ଚାଲୁରହିଛି l ଏହି ପରିପ୍ରେକ୍ଷୀରେ ଜନଗଣନାରେ ନିୟୋଜିତ ଅଧିକାରୀ ଏବଂ କର୍ମଚାରୀମାନେ ଘରକୁ ଘର ବୁଲି ଘରର ଅବସ୍ଥା, ପାରିବାରିକ ସୁବିଧା ଏବଂ ପରିବାର ସମ୍ବନ୍ଧିତ ବିଭିନ୍ନ ତଥ୍ୟ ସଂଗ୍ରହ କରୁଛନ୍ତି l ତେବେ,ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଯୋଗୁଁ ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ସାମ୍ନାକୁ ଆସିଥିବା କିଛି ଘଟଣା ସମ୍ପର୍କରେ ରାଜ୍ୟସରକାର ଚିନ୍ତାପ୍ରକଟ କରିବା ସହ ବିହିତ ପଦକ୍ଷେପ ଗ୍ରହଣ ନିମନ୍ତେ ସଜାଗ ରହିଛନ୍ତି l ଏ ସଂକ୍ରାନ୍ତରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରମୁଖ ଜନଗଣନା ଅଧିକାରୀ ତଥା ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ମ୍ୟୁନିସିପାଲ୍ ଅଫିସରମାନଙ୍କୁ ଚିଠି ଲେଖିଛନ୍ତି l ବିଶେଷ ଭାବେ ଗ୍ରୀଷ୍ମପ୍ରବାହ ତଥା ପ୍ରଚଣ୍ଡ ତାତିଜନିତ ସମସ୍ୟାର ମୁକାବିଲା, କାର୍ଯ୍ୟ ସମୟରେ ରହିଥିବା ବିଭିନ୍ନ ବିପଦ ଗୁଡ଼ିକୁ ଚିହ୍ନଟ କରିବା ସହ ଜନଗଣନାକାରୀଙ୍କୁ ନିୟମିତ ଭାବେ ଟ୍ରାକ୍ କରିବା ପାଇଁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି l ଏହାବ୍ୟତୀତ ଜନଗଣନା କାର୍ଯ୍ୟରେ ନିୟୋଜିତ ସମସ୍ତ ଗଣନାକାରୀଙ୍କୁ ସେମାନଙ୍କ ସୁରକ୍ଷା ସମ୍ଵନ୍ଧରେ ସଚେତନ କରାଇବା ପାଇଁ ପରାମର୍ଶ ଦିଆଯାଇଛି ; ଯାହା ଫଳରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସୁରୁଖୁରୁରେ ଏବଂ ନିର୍ଭୁଲ ଭାବେ ତଥ୍ୟ ସଂଗ୍ରହ କାର୍ଯ୍ୟ ସମ୍ପନ୍ନ ହୋଇପାରିବ l
ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଅଧିକାରୀମାନେ ଜନଗଣନା କରିବେ ନାହିଁ l ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଜନଗଣନା କାର୍ଯ୍ୟ ସ୍ଥଗିତ ରଖିବା ନିମନ୍ତେ ମାନ୍ୟବର ରାଜସ୍ୱ ମନ୍ତ୍ରୀ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି l ଜନଗଣନାକାରୀଙ୍କ ପ୍ରାଥମିକ ଆବଶ୍ୟକତା ତଦାରଖ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ସୁରକ୍ଷା ପାଇଁ ଏସଓପି ଜାରି କରି ଗୃହ ବିଭାଗ ସହ ଆଲୋଚନା କରି ପୋଲିସ ପ୍ରଶାସନକୁ ଦାୟିତ୍ଵ ଦେବାକୁ ମାନ୍ୟବର ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି l ଜନଗଣନା କାର୍ଯ୍ୟରେ ଶିକ୍ଷକ ଶିକ୍ଷୟିତ୍ରୀମାନେ ମୁଖ୍ୟତଃ ନିୟୋଜିତ ହୋଇଥିବାରୁ ବିଦ୍ୟାଳୟରେ ଶିଶୁମାନଙ୍କ ପାଠପଢ଼ା ଏବଂ ମଧ୍ୟାହ୍ନ ଭୋଜନରେ ବ୍ୟାଘାତ ନ ହେବା ପାଇଁ ବ୍ୟବସ୍ଥା କରାଯାଇଛି l ସେହିପରି ଖରାଛୁଟି ସମୟରେ ଅନଲାଇନ୍ ଶିକ୍ଷାଦାନ ବ୍ୟବସ୍ଥା ନିମନ୍ତେ ଆଲୋଚନା କରାଯାଇଛି l ଜନଗଣନା କାର୍ଯ୍ୟରେ ମୃତାହତ ଘଟଣାରେ ଆବଶ୍ୟକସ୍ଥଳେ ବିପର୍ଯ୍ୟୟ ପରିଚାଳନା ପାଣ୍ଠି କିମ୍ବା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି ଅଥବା ରେଡକ୍ରସ୍ ପାଣ୍ଠିରୁ କ୍ଷତିପୂରଣ ଯୋଗାଇ ଦିଆଯିବ ବୋଲି ମାନ୍ୟବର ମନ୍ତ୍ରୀ ସୂଚନା ଦେଇଛନ୍ତି l ବୈଠକରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଡ. ଅରବିନ୍ଦ ପାଢୀ ଏବଂ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ଶ୍ରୀ ନିଖିଲ ପୱନ କଲ୍ୟାଣ ଉପସ୍ଥିତ ଥିଲେ l

  • Related Posts

    ଓଏଏସ୍‌ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ

    ଭୁବନେଶ୍ବର,୨୩/୦୪/୨୦୨୬: ଆଜି ରାଜ୍ୟ ସରକାର ଓଏଏସ୍‌ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ବିଏମ୍‌ସିର ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି। ଏହାସହ ଶ୍ରୀ ସାହୁ ଜାତୀୟ ସ୍ବାସ୍ଥ୍ୟ…

    Continue reading
    ପୁରୀରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ

    ଭୁବନେଶ୍ୱର,୨୧/୦୪/୨୦୨୬: ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ ‘ବାଚସ୍ପତି କମିଟି ସମ୍ମିଳନୀ’ ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ରାହୁଲ ସୁରେଶ ନରୱେକରଙ୍କ ଅଧ୍ୟକ୍ଷତାରେ ଓ ଓଡ଼ିଶାର ବାଚସ୍ପତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର