ଲୁଟିନେଲେ ୩ ଲକ୍ଷ ସହ ସୁନା ଗହଣା

କଲ୍ୟାଣସିଂହପୁର: ରାୟଗଡା ଜିଲାରେ ଦିନକୁ ଦିନ ଚୋରି ଓ ଲୁଟ୍ ଘଟଣା ବୃଦ୍ଧି ପାଉଛି । କଲ୍ୟାଣସିଂହପୁର ବ୍ଲକର ଦାନୁ ସାହିରେ ଘରେ କେହି ନଥିବା ସୁଯୋଗ ନେଇ ଦୁର୍ବୁତ୍ତମାନେ ଲୁଟ୍ କରିଥିବା ଘଟଣା ସମ୍ମୁଖକୁ ଆସିଛି । ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ନେଇ ଦୁର୍ବୁତ୍ତମାନେ ଫେରାର ହୋଇଯାଇଛନ୍ତି। ସ୍ଥାନୀୟ ବାସିନ୍ଦା ସୁଶାନ୍ତ ସେନାପତିଙ୍କ ଘରେ କେହି ନଥିବା ବେଳେ ଦୁର୍ବୁତ୍ତମାନେ ଘର ପଛପଟ ଦ୍ୱାର ଭାଙ୍ଗି ଭିତରକୁ ପ୍ରବେଶ କରିଥିଲେ ।
ଘର ଭିତରେ ଥିବା ଆଲମାରୀକୁ ଭାଙ୍ଗି ଦୁର୍ବୁତ୍ତମାନେ ସୁନା ଗହଣା ସହ ନଗଦ ଟଙ୍କା ଲୁଟିନେଇଛନ୍ତି । ଚୋରି ହୋଇଥିବା ସାମଗ୍ରୀ ମଧ୍ୟରେ ଦୁଇଟି ସୁନା ଚେନ୍, ଦୁଇଟି ମୁଦି, କାନ ଫୁଲ, ସୁନା ହାର ଓ ପ୍ରାୟ ୩ ଲକ୍ଷ ଟଙ୍କା ନଗଦ ରହିଥିବା ଅଭିଯୋଗ ହୋଇଛି । ଘଟଣା ପରେ ସ୍ଥାନୀୟ ଲୋକମାନେ ଭୟଭୀତ ହୋଇପଡ଼ିଥିବା ବେଳେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶୀଘ୍ର ଦୁର୍ବୁତ୍ତମାନଙ୍କୁ ଧରିବା ପାଇଁ ଦାବି କରିଛନ୍ତି ସ୍ଥାନୀୟ ବାସିନ୍ଦା। ଏହି ଘଟଣା ପୋଲିସ ପାଇଁ ଚାଲେଞ୍ଜ ସୃଷ୍ଟି କରିଛି । ଦୁର୍ବୁତ୍ତମାନଙ୍କୁ କେବେ ଧରାଯିବ ଏବଂ ଚୋରି ହୋଇଥିବା ସାମଗ୍ରୀ କେବେ ଉଦ୍ଧାର ହେବ ତାହା ଦେଖିବାକୁ ବାକି ରହିଲା ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ