ଜାନୁଆରୀ ୫ରୁ ‘ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’

ଭୁବନେଶ୍ବର: ଜନଜାତି ଛାତ୍ରଛାତ୍ରୀଙ୍କୁ ନୂଆବର୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଭେଟି । ଜନଜାତି ଛାତ୍ରଛାତ୍ରୀଙ୍କ ଶୈକ୍ଷିକ ବିକାଶକୁ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର । ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଆସିବ ୫ ହଜାର ଟଙ୍କା । ‘ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’ରେ ଜନଜାତି ଛାତ୍ରଛାତ୍ରୀଙ୍କ ଆକାଉଣ୍ଟକୁ ଶିକ୍ଷା ବର୍ଷରେ ଏକକାଳୀନ ୫ ହଜାର ଟଙ୍କା ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜାନୁଆରୀ ୫ ତାରିଖରୁ ଏହି ଯୋଜନାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କୁ ଏହି ପ୍ରୋତ୍ସାହନ ରାଶି ମିଳିବ ।
ରାଜ୍ୟ ସରକାର ଜନଜାତିଙ୍କ ବିକାଶ ପାଇଁ ଅନେକ ଯୋଜନା ହାତକୁ ନେଇଛନ୍ତି । ଅନୁସୂଚିତ ଜନଜାତି ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷା ପାଇଁ ପ୍ରୋତ୍ସାହିତ କରିବା ଏବଂ ସେମାନଙ୍କ ଡ୍ରପ୍ ଆଉଟ ହାର ହ୍ରାସ କରିବା ପାଇଁ ‘ସହିଦ ମାଧୋ ସିଂହ ହାତ ଖର୍ଚ୍ଚ ଯୋଜନା’ ୨୦୨୫ ଜାନୁଆରୀ ୫ ତାରିଖରେ ଆରମ୍ଭ କରିବାକୁ ଯାଉଛନ୍ତି । ଏଥିରେ ନବମ ଓ ଏକାଦଶ ଶ୍ରେଣୀରେ ନାମ ଲେଖାଇ ଥିବା ଛାତ୍ରଛାତ୍ରୀମାନଙ୍କୁ ବାର୍ଷିକ ୫ ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ କରିବେ ମୋହନ ସରକାର । ସେହିପରି ସହିଦ ଲକ୍ଷ୍ମଣ ନାୟକ ବିଦ୍ୟାଳୟ ରୂପାନ୍ତରଣ କାର୍ୟ୍ୟକ୍ରମରେ ୭୦୫ଟି ବିଦ୍ୟାଳୟକୁ ଆଦର୍ଶ ବିଦ୍ୟାଳୟରେ ପରିଣତ କରିବା ପାଇଁ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର ।
ଲୋକସେବା ଭବନରେ ନବଗଠିତ ଜନଜାତି ଉପଦେଷ୍ଟା ପରିଷଦର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ପରିଷଦ ନଭେମ୍ବର ମାସରେ ଗଠିତ ହୋଇଥିଲା । ଏହାର କାର୍ୟ୍ୟକାଳ ୨ ବର୍ଷ ରଖାଯାଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ଯେ, ଜନଜାତିଙ୍କୁ ସବୁ କ୍ଷେତ୍ରରେ ନ୍ୟାୟ ମିଳିବା ଏବଂ ସେମାନଙ୍କ ଅଧିକାରକୁ ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧ ହୋଇ କାମ କରୁଛନ୍ତି । ଏହି ଜନଜାତି ଉପଦେଷ୍ଟା ପରିଷଦରେ ଆଗାମୀ ୨ ବର୍ଷ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯିବ । ଓ.ଆର୍.ଭି ଆଇନରେ ଅନୁସୂଚିତ ଜନଜାତି ଓ ଜାତି ପିଲାମାନେ ଯେପରି ନ୍ୟାୟ ପାଇବେ ଏବଂ ଜନଜାତିଙ୍କୁ ମୁଖ୍ୟସ୍ରୋତରେ ସାମିଲ କରିବା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯିବ ।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ