ଓସିଏସ୍‌ ନିମନ୍ତେ ବିଜ୍ଞପ୍ତି ପ୍ରକାଶ

କଟକ: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ୍‌ ସର୍ଭିସ୍‌-୨୦୨୪ (ଓସିଏସ୍‌) ନିମନ୍ତେ ବିଜ୍ଞପ୍ତି ପ୍ରକାଶ ପାଇଛି । ୨ ଶହ ପଦ ପୂରଣ ନିମନ୍ତେ ଆସନ୍ତା ଜାନୁଆରୀ ୧୦ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଆବେଦନର ଶେଷ ତାରିଖ ଫେବ୍ରୁଆରୀ ୧୦ ତାରିଖ ଧାର୍ୟ୍ୟ ହୋଇଛି ।
ଓପିଏସ୍‌ସି ପକ୍ଷରୁ ପ୍ରତିବର୍ଷ ଓସିଏସ୍‌ ପରୀକ୍ଷା କରାଯାଉଛି । ଏଥର ୨୦୦ ପଦ ପାଇଁ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେଉଛି । ସେଥିମଧ୍ୟରୁ ୬୫ଟି ପଦ ମହିଳାଙ୍କ ନିମନ୍ତେ ସଂରକ୍ଷିତ ରହିଛି । ଅନୁସୂଚିତ ଜନଜାତି ବର୍ଗର ପ୍ରାର୍ଥୀଙ୍କ ପାଇଁ ୫୦, ଅନୁସୂଚିତ ଜନଜାତି ବର୍ଗରେ ୪୫, ଏସଇବିସି ୩୫ ଏବଂ ଅସଂରକ୍ଷିତ ବର୍ଗରେ ୭୦ ପଦ ରହିଛି । ବିଜ୍ଞପ୍ତି ଅନୁସାରେ ମୋଟ୍‌ ୨୦୦ ପଦ ମଧ୍ୟରୁ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌)ରେ ୩୦ ପଦ, ଓଡ଼ିଶା ବିତ୍ତ ସେବା (ଓଏଫ୍‌ଏସ୍‌)ରେ ୪୬, ଓଡ଼ିଶା ଟ୍ୟାକେ୍‌ସସନ ଓ ଆକାଉଣ୍ଟ୍‌ ସର୍ଭିସ(ଓଟିଏସି)ରେ ୬୨, ଓଡ଼ିଶା କୋଅପରେଟିଭ୍‌ ଅଡିଟ୍‌ ସର୍ଭିସରେ ୫, ଓଡ଼ିଶା କୋଅପରେଟିଭ୍‌ ସର୍ଭିସ୍‌ରେ ୧୪ ଏବଂ ଓଡ଼ିଶା ରାଜସ୍ୱ ସେବା (ଓଆର୍‌ଏସ)ରେ ୪୩ ପଦ ପୂରଣ କରାଯିବ ।

  • Related Posts

    ପ୍ରାକ୍‌ ନିର୍ବାଚନୀ ହିଂସା: ବ୍ୟାସନଗର ମହାବିଦ୍ୟାଳୟରେ ଫୁଟିଲା ବୋମା

    ଯାଜପୁର: ଦୀର୍ଘ 8 ବର୍ଷ ପରେ ମହାବିଦ୍ୟାଳୟ ଓ ବିଶ୍ବ ବିଦ୍ୟାଳୟରେ ହେବାକୁ ଯାଉଛି ଛାତ୍ର ସଂସଦ ନିର୍ବାଚନ । ଏହା ପୂର୍ବରୁ କଲେଜ ମାନଙ୍କରେ ଦେଖିବାକୁ ମିଳିଲାନି ପ୍ରାକ୍‌ ନିର୍ବାଚନୀ ହିଂସା । ଆଜି(ଗୁରୁବାର) ଭୋର୍‌ ସମୟରେ ଯାଜପୁର ଜିଲ୍ଲାର…

    Continue reading
    ୧୨ ତାରିଖ ବେଳକୁ ଘୂର୍ଣ୍ଣିବଳୟ!

    ଭୁବନେଶ୍ୱର: ୧୨ ତାରିଖ ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ପରେ ଆଣ୍ଡାମାନ ସାଗରରେ ଲଘୁଚାପ ହୋଇପାରେ । କିନ୍ତୁ ଏହା କେତେ ଶକ୍ତିଶାଳୀ ହେବ ଆଉ କେଉଁ ଦିଗକୁ ଯିବ, ତାହା ଏବେଠୁ କହିବା ମୁସ୍କିଲ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ