ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌: ଏସିଆର ୧୬୯, ଦେଶରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର:ଚଳିତବର୍ଷ ଦି ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଂ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ବିଶ୍ୱସ୍ତରୀୟ ର଼୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଏବର୍ଷ କିଟ୍‌ ବିଶ୍ୱବିଦ୍ୟାଳୟ ଅଧିକ ଉନ୍ନତ ପ୍ରଦର୍ଶନ କରିଛି। କିଟ୍‌ ଏସିଆର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ତାଲିକାର ୧୬୯ତମ ସ୍ଥାନରେ ରହିଛି। ଏହାସହ କିଟ୍‌ ଦେଶର ସମଗ୍ର ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ମଧ୍ୟରେ ଶ୍ରେଷ୍ଠ ୬ଷ୍ଠ ସ୍ଥାନରେ ରହିଥିବାବେଳେ ପୂର୍ବ ଭାରତରେ ଶ୍ରେଷ୍ଠ ସ୍ଥାନରେ ରହିବାର ଗୌରବ ଅର୍ଜନ କରିଛି। ଗତବର୍ଷ ଏହି ର଼୍ୟାଙ୍କିଂରେ କିଟ୍‌ ଏସିଆ ମହାଦେଶର ଶ୍ରେଷ୍ଠ ୧୮୪ତମ ସ୍ଥାନରେ ରହିଥିଲା। ତେବେ ଚଳିତବର୍ଷ ଶିକ୍ଷାଦାନ, ଗବେଷଣା, ଜ୍ଞାନ ବିନିମୟ, ଅନ୍ତର୍ଜାତୀୟ ଦୃଷ୍ଟିକୋଣ ଆଦି ବିଭିନ୍ନ ମାନଦଣ୍ଡକୁ ନେଇ ବିଶ୍ୱବିଦ୍ୟାଳୟଗୁଡ଼ିକର ର଼୍ୟାଙ୍କିଂ କରାଯାଇଥିଲା। ସୂଚନାଯୋଗ୍ୟ, ଗତ ୫୦ ବର୍ଷ ମଧ୍ୟରେ ପ୍ରତିଷ୍ଠିତ ଏସିଆର ଲବ୍ଧପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟଗୁଡ଼ିକୁ ନେଇ ଟାଇମ୍ସ ହାୟର୍‌ ଏଜୁକେଶନ୍‌ ପକ୍ଷରୁ ଏହି ଚୟନ ପ୍ରକ୍ରିୟା କରାଯାଇଥିଲା। ଏହି ସଫଳତା ପାଇଁ କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଅଧ୍ୟାପକ ଅଧ୍ୟାପିକା ଓ କର୍ମଚାରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

  • Related Posts

    ସ୍ୱତନ୍ତ୍ର ଅଧିବେଶନ ଡାକି ଡ୍ରାମା କରୁଛନ୍ତି: ଅରୁଣ

    ଭୁବନେଶ୍ୱର: ଆସନ୍ତା ୩୦ ତାରିଖ ଦିନ ବିଧାନସଭାର ଦିନିକିଆ ସ୍ୱତନ୍ତ୍ର ଅଧିବେଶନ ବସିବ । ରାଜ୍ୟ ସରକାର ଏହି ସ୍ୱତନ୍ତ୍ର ଅଧିବେଶନ ଡାକିଛନ୍ତି । ଯେଉଁଥିରେ ଭାରତୀୟ ଗଣତନ୍ତ୍ରରେ ମହିଳାମାନଙ୍କ ଯୋଗଦାନ ସମ୍ପର୍କରେ ଆଲୋଚନା ହେବ । ତେବେ ବିଧାନସଭାର ଏହି…

    Continue reading
    ଏସି ଭିତରୁ ବାହାରିଲା ଢ଼ମଣା ସାପ

    ହରଭଙ୍ଗା: ଏସି ଭିତରେ ଢମଣା ସାପ । ଦୁଇ ଘଣ୍ଟାର କସରତ ପରେ ଉଦ୍ଧାର ହେଲା ସାପ । ହରଭଙ୍ଗା ବ୍ଲକ ତିଲେଶ୍ୱର ଗାଁର ଫିଲୁନ ପ୍ରଧାନଙ୍କ ଘରେ ଲାଗିଥିଲା ଏହି ଏସି। ଭିତରେ ସାପ ଥିବା ଜାଣି ପରିବାର ଲୋକଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର