ପରିବାରର ୫ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌର ଏକ ହୋଟେଲରେ ମଙ୍ଗଳବାର ଜଣେ ଯୁବକ ତାଙ୍କ ମା’ ଓ ୪ ଭଉଣୀଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କ ନାଁ ଅର୍ଶଦ (୨୪)। ତାଙ୍କୁ ପୁଲିସ ଗିରଫ କରିଛି। ଅର୍ଶଦଙ୍କ ବାପା ବଦରଙ୍କର ମଧ୍ୟ ଏହି ହତ୍ୟାକାଣ୍ଡରେ ସଂପୃକ୍ତି ଥିବା ପୁଲିସ ସନ୍ଦେହ କରୁଛି। ସେ ଫେରାର ଅଛନ୍ତି। ତାଙ୍କୁ ଧରିବାକୁ ପୁଲିସ ପ୍ରୟାସ ଜାରି ରଖିଛି।

ମୃତକମାନେ ହେଉଛନ୍ତି, ଅର୍ଶଦଙ୍କ ମା’ ଅସମା, ଭଉଣୀ ଅଲଶିୟା (୧୯), ରହମୀନ (୧୮), ଅକସା (୧୬), ଓ ଆଲିୟା (୯)। ସେମାନେ ସମସ୍ତେ ଆଗ୍ରାର ବାସିନ୍ଦା ଥିଲେ। ଗତ ସୋମବାର (ଡିସେମ୍ବର ୩୦) ସେମାନେ ଲକ୍ଷ୍ନୌ ଆସିଥିଲେ ଓ ଏକ ହୋଟେଲରେ ରହୁଥିଲେ। ସେମାନଙ୍କ ସହିତ ଅର୍ଶଦ ଓ ବଦର ମଧ୍ୟ ଆସିଥିଲେ।

ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ଯେ ପାରିବାରିକ କଳହକୁ ନେଇ ଏହି ଘଟଣା ଘଟିଛି। ତେବେ କେଉଁ କଥାକୁ ନେଇ ପରିବାରର ସଦସ୍ୟଙ୍କ ମଧ୍ୟ କନ୍ଦଳ ଲାଗିଥିଲା, ସେ ନେଇ ପୁଲିସ କିଛି କହି ନାହିଁ।ଗତକାଲି ରାତିରେ ହୋଟେଲରେ ଏହି ପରିବାରର ସଦସ୍ୟଙ୍କ ମଧ୍ୟରେ ପ୍ରବଳ ଯୁକ୍ତିତର୍କ ହୋଇଥିଲା। ଆଉ ତା’ପରେ ଏହି ଘଟଣା ଘଟିଥିଲା। ଅର୍ଶଦ ସମସ୍ତଙ୍କ ଖାଦ୍ୟରେ କୌଣସି ପ୍ରକାରର ନିଶା ଦ୍ରବ୍ୟ ମିଶାଇ ଦେଇଥିଲେ। ମା’ ଓ ଭଉଣୀମାନେ ଖାଇପିଇ ଶୋଇବା ପରେ ଖାଦ୍ୟରେ ପଡ଼ିଥିବା ନିଶା ଦ୍ରବ୍ୟ ପ୍ରଭାବରେ ଅଚେତ ହୋଇଯାଇଥିଲେ। ତା’ପରେ ଅର୍ଶଦ ସେମାନଙ୍କୁ ହତ୍ୟା କରିଥିଲେ। ସମସ୍ତ ମୃତକଙ୍କ ମଣିବନ୍ଧକୁ ବ୍ଲେଡ୍‌ରେ କଟାଯାଇଥିଲା। ମୃତଦେହଗୁଡ଼ିକ ରକ୍ତଜୁଡ଼ୁବୁଡ଼ୁ ହୋଇ ପଡ଼ି ରହିଥିଲା।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ଆସନ୍ତା ଆର୍ଥିକ ବର୍ଷରୁ ପ୍ଲାଷ୍ଟିକ୍‌ ନୋଟ୍‌

    ମୁମ୍ବାଇ: ଆସନ୍ତା ଆର୍ଥିକ ବର୍ଷ ୧ା ୨୦୨୭-୨୮ଠାରୁ ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ କରିବାକୁ ଭାରତୀୟ ରିଜର୍ଭ ବ୍ୟାଙ୍କ ଲକ୍ଷ୍ୟ ରଖିଛି। ଏ ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଞ୍ଜୟ ମାଲହୋତ୍ରା କହିଛନ୍ତି ଯେ ଯୋଜନା ଅନୁସାରେ ପରୀକ୍ଷଣ ସଫଳ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ