ଆଜିଠୁ ସବୁ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି

ଭୁବନେଶ୍ବର: ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ଆଜିଠାରୁ ରାଜ୍ୟର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଏବଂ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ। ପୂର୍ବ ନିର୍ଦ୍ଧାରିତ ପରୀକ୍ଷା, ଜନଗଣନା କାର୍ଯ୍ୟ ଓ ଅନ୍ୟ ଅଫିସ୍ କାମ ପୂର୍ବପରି ଜାରି ରହିବ। ଚଳିତବର୍ଷ ବିଦ୍ୟାଳୟରେ ଖରାଛୁଟି ମେ’ ୬ରୁ ଆରମ୍ଭ ହେବ ବୋଲି ଶିକ୍ଷା କ୍ୟାଲେଣ୍ଡରରେ ଉଲ୍ଲେଖ ଥିଲା। ଗ୍ରୀଷ୍ମପ୍ରବାହ ଜାରି ରହିବାରୁ ଆଗୁଆ ସବୁ ବିଦ୍ୟାଳୟ ଛୁଟି ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସବୁ ଜିଲା ଶିକ୍ଷା ଅଧିକାରୀ (ଡିଇଓ)ଙ୍କୁ ଏନେଇ ପତ୍ର ମାଧ୍ୟମରେ ଅବଗତ କରାଯାଇଛି।

ଗ୍ରୀଷ୍ମକାଳୀନ ଛୁଟି ସମୟରେ ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ ସହ ଯୋଡ଼ି ରଖିବା ପାଇଁ ପଦକ୍ଷେପ ନିଆଯାଇଛି। ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ଚଳିତବର୍ଷ ଗ୍ରୀଷ୍ମକାଳୀନ ଶିକ୍ଷା କାର୍ଯ୍ୟକ୍ରମ ଆରମ୍ଭ ହେବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁ ବାଟିକାରୁ ଅଷ୍ଟମଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରଛାତ୍ରୀଙ୍କୁ ଛୁଟି ସମୟରେ ମନୋରଞ୍ଜନଭିତ୍ତିକ ଶିକ୍ଷାଦାନ ପ୍ରଦାନ କରାଯିବ। ଏହି ଅଭିଯାନ ଅଧୀନରେ ପ୍ରତି ବିଦ୍ୟାଳୟରେ ଶ୍ରେଣୀଭିତ୍ତିକ ଅଭିଭାବକ ହ୍ବାଟ୍ସଆପ୍‌ ଗ୍ରୁପ୍‌ ଖୋଲାଯାଇଛି। ଏହା ମାଧ୍ୟମରେ ସପ୍ତାହକୁ ଏକରୁ ତିନିଥର (ଶ୍ରେଣୀ ଅନୁଯାୟୀ) ପାଠ୍ୟ ବିଷୟବସ୍ତୁ, ଶିକ୍ଷଣୀୟ ଭିଡିଓ ଆଦି ସେୟାର କରାଯିବ। ଯେଉଁ ଅଭିଭାବକଙ୍କ ପାଖରେ ସ୍ମାର୍ଟଫୋନ୍‌ ବା ହ୍ବାଟ୍ସଆପ୍‌ର ସୁବିଧା ନାହିଁ, ସେମାନଙ୍କ ପାଇଁ ସରକାର ବିକଳ୍ପ ବ୍ୟବସ୍ଥା କରିଛନ୍ତି। ସେମାନଙ୍କୁ ଏସ୍‌ଏମ୍‌ଏସ୍ କିମ୍ବା ଆଇଭିଆରଏସ୍ (ଅଟୋମେଟେଡ୍ ଭଏସ୍ କଲ୍‌) ମାଧ୍ୟମରେ ପାଠ୍ୟ ସୂଚନା ଦିଆଯିବ। ଏଥିସହ ସ୍କୁଲ ଖୋଲିବା ପୂର୍ବରୁ ସମସ୍ତ ପିଲାଙ୍କୁ ପ୍ରିଣ୍ଟେଡ୍ ହଲିଡେ ହୋମ୍‌ୱାର୍କ ସିଟ୍ ମଧ୍ୟ ପ୍ରଦାନ କରାଯିବ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ