ବିଧାନସଭା: କେନ୍ଦୁଝର କଙ୍କାଳ କଥା ଉଠାଇଲେ ନବୀନ

ଭୁବନେଶ୍ଵର : ବିଧାନସଭାର ଦିନିକିଆ ସ୍ଵତନ୍ତ୍ର ଅଧିବେଶନରେ ମହିଳା ସଂରକ୍ଷଣ ମହାବିତର୍କ। ଭାରତୀୟ ଗଣତନ୍ତ୍ରରେ ମହିଳାଙ୍କ ଯୋଗଦାନ ପ୍ରସଙ୍ଗରେ ମୋସନ ଆଗତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଗୃହ କାର୍ୟ୍ୟ ଆରମ୍ଭରୁ ଆଲୋଚନା ପାଇଁ ପ୍ରସ୍ତାବ ଆଣି ମୁଖ୍ୟମନ୍ତ୍ରୀ ତାଙ୍କର ବକ୍ତବ୍ୟ ରଖିଛନ୍ତି। ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି।

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହାର ଜବାବ ରଖିଛନ୍ତି। ସେ କହିଛନ୍ତି ଯେ, ମହିଳା ସଂରକ୍ଷଣ ବିଲ୍ ଆସିବା ପୂର୍ବରୁ ମୁଁ ସ୍ଵତନ୍ତ୍ର ଅଧିବେଶନ ପାଇଁ ଚିଠି ଲେଖିଥିଲି। ଆଲୋଚନା ପାଇଁ ସରକାରଙ୍କୁ ଅନୁରୋଧ କରିଥିଲି। ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମହିଳାଙ୍କ କଙ୍କାଳ ମାଟି ତଳୁ ବାହାର କରି ବ୍ୟାଙ୍କରେ ପ୍ରମାଣ ଦେବା କିଭଳି ମହିଳା ସଶକ୍ତିକରଣ। ଡବଲ ଇଞ୍ଜିନ ସରକାରରେ ବ୍ୟାଙ୍କ କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଛି। ଆମେରିକା ଲେଖିଲା ପର୍ୟ୍ୟଟକ ଓଡ଼ିଶା ଯାଆନ୍ତୁ ନାହିଁ ମହିଳା ଅସୁରକ୍ଷିତ। ବିଜୁ ବାବୁ ପ୍ରଥମ ରାଜ୍ୟ ଭାବେ ଓଡ଼ିଶାରେ ମହିଳାଙ୍କୁ ୩୩% ସଂରକ୍ଷଣ ଦେଇଥିଲେ। ୨୦୦୦ ମସିହାରେ ମୋ ସରକାର ୫୦% ସଂରକ୍ଷଣ ଦେଇଥିଲା। ମିଛ ଅପପ୍ରଚାର କରୁଛି ବିଜେପି। ମୁଁ ମୁଖ୍ୟମନ୍ତ୍ରୀଙ୍କୁ ଏବଂ ସମସ୍ତ ସଂସାଦଙ୍କୁ ଚିଠି ଲେଖିଛି। ସୀମା ନିର୍ଧାରଣ ବିଲ ରାଜ୍ୟର ରାଜନୈତିକ ଅଧିକାରୀ କମେଇବ।

ଏହି ସମୟରେ ନବୀନ କଟାକ୍ଷ କରି କହିଛନ୍ତି ଯେ, ମୋତେ ଓଡ଼ିଆରେ କହିବା ପାଇଁ କହୁଥିଲେ, ଏବେ ମୁଁ କହୁଛି ଶୁଣନ୍ତୁ। ଓଡ଼ିଶାବାସୀଙ୍କୁ ମୁଁ ଭରସା ଦେଉଛି ମୁଁ ଥିଲା ପର୍ୟ୍ୟନ୍ତ ଓଡ଼ିଶାର ହକକୁ କେହି ବଞ୍ଚିତ କରିପାରିବେ ନାହିଁ। ଓଡ଼ିଶାର ବିଜେପି ବିଧାୟକମାନେ ମହିଳାମାନଙ୍କ ପାଇଁ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି କାନ୍ଦଣା ବନ୍ଦ କରନ୍ତୁ।

  • Related Posts

    ଆପାର୍ଟମେଣ୍ଟରେ ଅଗ୍ନିକାଣ୍ଡ: ୩ ଜୀବନ୍ତ ଦଗ୍ଧ

    ଭୁବନେଶ୍ୱର: ଆପାର୍ଟମେଣ୍ଟରେ ଭୟାବହ ଅଗ୍ନିକାଣ୍ଡ । ୩ଜଣ ଜୀବନ୍ତ ଦଗ୍ଧ ହୋଇଛନ୍ତି । ଭୁବନେଶ୍ବର ଲକ୍ଷ୍ମୀସାଗର ଥାନା ବାସନ୍ତୀ ଭିଲ୍ଲା ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଆପାର୍ଟମେଣ୍ଟ ର ପ୍ୟାନେଲ ବୋର୍ଡ ରେ ସର୍ଟ ସର୍କିଟ ହେବା ଯୋଗୁଁ ପାଖରେ…

    Continue reading
    ୨୪ ଘଣ୍ଟାରେ ତାଣ୍ଡବ ରଚିବ କାଳବୈଶାଖୀ

    ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ