ଆଜି ଝାରସୁଗୁଡ଼ା ଯିବେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ଆଜି ଝାରସୁଗୁଡ଼ା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପୂର୍ବରୁ ଆସନ୍ତା ୫ ତାରିଖ ଗସ୍ତ କାର୍ୟ୍ୟକ୍ରମ ସ୍ଥିର ହୋଇଥିଲା । କେତେକ ଅନିବାର୍ୟ୍ୟ କାରଣରୁ ଏଥିରେ ପରିବର୍ତ୍ତନ କରାଯାଇଥିବା କହିଛନ୍ତି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ।
ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଭୁବନେଶ୍ୱରରୁ ବାହାରି ଗୁରୁବାର ଅପରାହ୍ନ ପ୍ରାୟ ୩ଟାରେ ଝାରସୁଗୁଡ଼ା ବିମାନବନ୍ଦରରେ ଅବତରଣ କରିବେ । ସେଠାରୁ ସଡ଼କ ପଥରେ ଝାରସୁଗୁଡ଼ା ଝାଡ଼େଶ୍ୱର ମନ୍ଦିରକୁ ଯିବେ । ସେଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଦୁଇ କୋଟି ଟଙ୍କାରେ ହେବାକୁ ଥିବା ମନ୍ଦିର ପରିସରର ଉନ୍ନତୀକରଣ ପ୍ରକଳ୍ପ, ପାର୍କ, ଜଳାଶୟ ଉନ୍ନୟନ କାର୍ୟ୍ୟର ଶିଳାନ୍ୟାସ କରିବେ । ଅପରାହ୍ନ ପ୍ରାୟ ୫ଟାରେ ଝାରସୁଗୁଡ଼ା ବିଟିଏମ୍‌ ପଡ଼ିଆରେ ଆୟୋଜିତ ଜିଲ୍ଲା ମହୋତ୍ସବ ‘ଦୁଲ୍‌ଦୁଲି’ରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ଯୋଗଦେବେ ବୋଲି ବିଧାୟକ ଶ୍ରୀ ତ୍ରିପାଠୀ କହିଛନ୍ତି । ଅନ୍ୟପଟେ ମୁଖ୍ୟମନ୍ତ୍ରୀଙ୍କ ହଠାତ୍‌ ଗସ୍ତକୁ ନେଇ ଜିଲ୍ଲା ପ୍ରଶାସନ ତତ୍ପର ହୋଇଉଠିଛି । ଝାଡ଼େଶ୍ୱର ମନ୍ଦିର ପରିଦର୍ଶନ କାର୍ୟ୍ୟକ୍ରମ ଥିବାରୁ ବୁଧବାର ରାତିରେ ଏସ୍‌ପି ସ୍ମିଥ ପର୍‌ମାର ପୀଠରେ କାର୍ୟ୍ୟକ୍ରମ ପ୍ରସ୍ତୁତି ଓ ସୁରକ୍ଷା ବ୍ୟବସ୍ଥା ତଦାରଖ କରିଛନ୍ତି।

  • Related Posts

    ରାଜ୍ୟପାଳ- ମୁଖ୍ୟମନ୍ତ୍ରୀ ସାକ୍ଷାତ

    ଭୁବନେଶ୍ୱର: ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଛାତ୍ର ସଂସଦ ନିର୍ବାଚନ ବେଳେ ରାଜ୍ୟପାଳଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାୟ ଅଧଘଣ୍ଟାରୁ ଅଧିକ ସମୟ ଧରି ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ନିକଟରେ ଦିଲ୍ଲୀରେ…

    Continue reading
    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ