ନୂଆଦିଲ୍ଲୀ: ହିନ୍ଦୀ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଗୀତିକାର ତଥା କବି ପ୍ରସୂନ୍ ଯୋଶୀଙ୍କୁ ପ୍ରସାର ଭାରତୀର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ପ୍ରସୂନ୍ଙ୍କ ନାମ ଦେଶର ସାର୍ବଜନୀନ ପ୍ରସାରକର ମୁଖ୍ୟ ଭାବେ ଘୋଷଣା କରାଯାଇଛି। ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ମାତା ଆଶୁତୋଷ ଗୋୱାରିକରଙ୍କୁ ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (ଆଇଏଫ୍ଏଫ୍ଆଇ)ର ନିର୍ଦ୍ଦେଶକ ଭାବରେ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତି ଦିଆଯିବାର ଦିନକ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଡିସେମ୍ବରରେ ପ୍ରଶାସକ ନବନୀତ କୁମାର ସେହଗଲଙ୍କ ଇସ୍ତଫା ପରେ ପ୍ରସାର ଭାରତୀ ଅଧ୍ୟକ୍ଷ ପଦ ଖାଲି ପଡ଼ିଥିଲା। କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଶୀଙ୍କୁ ତାଙ୍କ ନୂଆ ନିଯୁକ୍ତି ନେଇ ଶୁଭେଚ୍ଛା ଜଣାଇଛନ୍ତି। ଏହାପୂର୍ବରୁ ଯୋଶୀ ଅଗଷ୍ଟ ୨୦୧୭ ମସିହାରେ ସେନ୍ସର ବୋର୍ଡ଼ (କେନ୍ଦ୍ରୀୟ ଚଳଚ୍ଚିତ୍ର ପ୍ରମାଣନ ବୋର୍ଡ)ର ଅଧ୍ୟକ୍ଷ ଭାବେ କାର୍ଯ୍ୟ କରିଥିଲେ।
ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ
ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…






