ଆଜିଠୁ ଓଜେଇଇ-୨୦୨୬ ପରୀକ୍ଷା ଆରମ୍ଭ

ଭୁବନେଶ୍ୱର: ଆଜିଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ । ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ ଟେଷ୍ଟ (ସିବିଟି) ମୋଡ୍ରେ ହେବ ।

ଓଜେଇଇ ପାଇଁ ଆବେଦନ କରିଥିବା ୧ ଲକ୍ଷ ୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ମୋଟ୍ ୯୯ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟର ୩୦ ଜିଲ୍ଲାରେ ୯୩ଟି ପରୀକ୍ଷା କେନ୍ଦ୍ର ଓ ରାଜ୍ୟ ବାହାରେ ଅର୍ଥାତ୍ କୋଲକାତା, ରାଞ୍ଚି ଓ ପାଟନାରେ ୬ଟି ସେଣ୍ଟର କରାଯାଇଛି ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ଆରମ୍ଭର ଦୁଇ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି । ଓଜେଇଇ ଅଧ୍ୟକ୍ଷ ଡି ପି ଶତପଥୀ କହିଛନ୍ତି, ପରୀକ୍ଷା ପରିଚାଳନା ପାଇଁ ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି । ଓଜେଇଇ ପକ୍ଷରୁ ପର୍ଯ୍ୟବେକ୍ଷକ ନିୟୋଜିତ ହୋଇଛନ୍ତି ।

  • Related Posts

    ଉଭେଇ ଗଲା ତାତି

    ଭୁବନେଶ୍ୱର: ଉଭେଇ ଗଲା ତାତି । ଆଗକୁ ତିନି ଦିନ ଯାଏ ତାତି କମ୍ ରହିବ । ଅଧିକାଂଶ ସ୍ଥାନରେ ୪୦ ଡିଗ୍ରୀ ତଳେ ରହିବ । ପଶ୍ଚିମ ଓଡ଼ିଶାର ବହୁ ସ୍ଥାନରେ ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ପାଖାପାଖି ରହିବ…

    Continue reading
    ଗୁଳି ଫୁଟାଇଲେ ଆଉ ଲୁଟିନେଲେ ୨୫ ଲକ୍ଷର ସୁନା-ରୂପା

    ବାଲେଶ୍ୱର :ପ୍ରଥମେ ଛୁରୀ ଦେଖାଇଲେ ତା’ରେ ଫାୟାରିଂ। ଆଉ ଲୁଟିନେଲା ସୁନା ରୁପା। ବାଲେଶ୍ୱର ଜିଲ୍ଲା ଖଇରାରେ ହୋଇଛି ଏଭଳି କିଛି ସଶସ୍ତ୍ର ଲୁଟ୍‌। ଗୁଳି ଫୁଟାଇ ସୁନା ବ୍ୟବସାୟୀଙ୍କ ଠାରୁ ୨୫ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ଗହଣା ଲୁଟିନେଲେ ଦୁର୍ବୃତ୍ତ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ