ବଡ଼ ଘୋଷଣା, ଦୁଇଗୁଣ ହେଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା

ଆଜି ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୩୮ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ଭତ୍ତା ବୃଦ୍ଧି ନେଇ ଘୋଷଣା କରିଛନ୍ତି।

କାରାବରଣ କରିଥିବା ସବୁ ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ପେନସନକୁ ୧୦ ହଜାରରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। କାରାବରଣ କରିନଥିବା ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର। ସେହିପରି ଜାତୀୟ ପେନସନ ପାଉଥିବା ସ୍ୱାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହଜାର ପରିବର୍ତ୍ତେ ୧୦ ହାଜର ଟଙ୍କାକୁ ବୃଦ୍ଧି କରାଯାଇଛି।
ଅନ୍ୟପଟେ MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀ ମାନଙ୍କୁ ମାସକୁ ୨୦ ହଜାର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଥିବା ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ଆସନ୍ତା ଜାନୁଆରୀ ୫ ତାରିଖ ଦିନ ସହିଦ ମାଧୋ ସିଂ ଯୋଜନା ଆରମ୍ଭ କରି ସରକାର ତାଙ୍କୁ ଯଥୋଚିତ ସମ୍ମାନଦେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

  • Related Posts

    ମା’ ସରଳା ଦେବୀ ହେଉଛନ୍ତି ନାରୀ ସଶକ୍ତିକରଣର ପ୍ରତୀକ : ବାଚସ୍ପତି

    ଭୁବନେଶ୍ୱର: ମା’ ସରଳା ଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମା’ ସରଳା ଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଅର୍ପଣ କରିଛନ୍ତି। ଓଡ଼ିଶା ବିଧାନସଭା ପାର୍ଶ୍ୱରେ ଥିବା ମା’ ସରଳା ଦେବୀଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ଶ୍ରୀମତୀ ସୁରମା…

    Continue reading
    ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ

    ବାଙ୍ଗିରିପୋଷି :ଅଭିନବ ଉପାୟରେ ଚାଲିଥିଲା ବେଆଇନ ଗୋ-ଚାଲାଣ। ରାସ୍ତାରେ ମାଡି ବସିଲା ପୁଲିସ। ତେଲ ପରିବହନ ବାହାନାରେ ଏକ ବଡ଼ ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ କରୁଥିଲେ ଦୁର୍ବୃତ୍ତ । ଟ୍ୟାଙ୍କର ଗାଡି ଜବତ ସହ ପୁଲିସ ଦ୍ୱାରା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ