ଓଡ଼ିଶାରେ ନୂଆ ରାଜ୍ୟପାଳ

ଓଡ଼ିଶାରେ ପହଞ୍ଚିଲେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି। ଭୁବନେଶ୍ୱର ବିମାନ ବନ୍ଦରରେ ପଞ୍ଚିବା ପରେ ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ। ରାଜଭବନ ପକ୍ଷରୁ ରାଜ୍ୟପାଳଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି।

ଆଜି ରାଜ୍ୟପାଳ ପୁରୀ ଯିବା କାର୍ଯ୍ୟକ୍ରମ ରହିଛି। ଆସନ୍ତାକାଲି ଶ୍ରୀଜିଉଙ୍କୁ ଦର୍ଶନ କରିବା ପରେ ଭୁବନେଶ୍ୱର ଫେରିବେ। ଆସନ୍ତାକାଲି ରାଜଭବନରେ ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଶପଥ ନେବା କାର୍ଯ୍ୟକ୍ରମ ରହିଛି। ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଥିଲେ ହରିବାବୁ କମ୍ଭମପତି। ପୂର୍ବରୁ ସେ ମିଜୋରାମର ରାଜ୍ୟପାଳ ଥିଲେ।
ଛାତ୍ର ରାଜନୀତିରୁ କ୍ୟାରିୟର ଆରମ୍ଭ କରିଥିବା ଡଃ କମ୍ଭାମପତି ୧୯୭୪-୭୫ ମସିହାରେ ଜୟପ୍ରକାଶ ନାରାୟଣ ଆନ୍ଦୋଳନବେଳେ ଗିରଫ ହୋଇ ୬ମାସ ଜେଲ୍ ଯାଇଥିଲେ। ସେ ୧୯୯୯ ମସିହାରେ ପ୍ରଥମ ଥର ପାଇଁ ବିଶାଖାପାଟଣାର ବିଧାୟକ ଭାବେ ଆନ୍ଧ୍ରପ୍ରଦେଶ ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରେ ୨୦୧୪ ମସିହାରେ ବିଶାଖାପାଟଣା ଲୋକସଭା ଆସନରୁ ସଂସଦକୁ ନିର୍ବାଚିତ ହୋଇଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ