ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ

ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି । ପଶ୍ଚିମବଙ୍ଗ ପାଇଁ ମୋହନ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ଦିଆଯାଇଛି । ପଶ୍ଚିମବଙ୍ଗରେ ବିଜେପି ବିଧାୟକ ଦଳ ନେତା ଚୟନ ପାଇଁ ମୋହନଙ୍କୁ ସହ-ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି । ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦାୟିତ୍ୱ ମିଳିଛି ।

ପଶ୍ଚିମବଙ୍ଗରେ ବିଜେପିର ଐତିହାସିକ ବିଜୟ ପରେ, ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଜୋରଦାର। ସୂତ୍ର ଅନୁସାରେ ମେ ୧୦ ତାରିଖ ପୂର୍ବରୁ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହେବ। ଗୁରୁଦେବ ରବୀନ୍ଦ୍ରନାଥ ଟାଗୋରଙ୍କ ଜନ୍ମବାର୍ଷିକୀ ମେ ୯ ତାରିଖରେ ପଡୁଥିବାରୁ ଏହି ତାରିଖକୁ ବିଶେଷ ଗୁରୁତ୍ୱ ଦିଆଯାଇଛି। ବିଜେପି ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ୟ୍ୟ ସୂଚନା ଦେଇ କହିଛନ୍ତି ଯେ, ମେ ୯ ତାରିଖରେ ଶପଥ ଗ୍ରହଣ ଉତ୍ସବ ଆୟୋଜନ ହେବ।
ଶୁଭେନ୍ଦୁ ଅଧିକାରୀ ସମେତ ଅନେକ ବରିଷ୍ଠ ବିଜେପି ନେତା ଦିଲ୍ଲୀରେ ଅମିତ ଶାହଙ୍କ ସହ ସରକାର ଗଠନ ରଣନୀତି ଉପରେ ଆଲୋଚନା କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି।

ସେପଟେ ବିଜେପିର ପ୍ରଚଣ୍ଡ ବିଜୟ ପରେ ଏବେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।। ତେବେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ହରାଇଥିବା ବିଜେପିର ଫାୟାରବ୍ରାଣ୍ଡ ନେତା ତଥା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କ ନାଁ ସବୁଠୁ ଆଗରେ ରହିଛି।

ସେହିପରି ବରିଷ୍ଠ ନେତା ଦିଲୀପ ଘୋଷ, ସମିକ ଭାଟାଚାର୍ୟ୍ୟଙ୍କ ନାଁ ମଧ୍ୟ ରେସରେ ଅଛନ୍ତି। ସେହିପରି ମହିଳା ଚେହେରା ଭାବେ ଅଗ୍ନିମିତ୍ରା ପାଲଙ୍କ ନାଁ ମଧ୍ୟ ଚର୍ଚ୍ଚାରେ ରହିଛି। ୨୦୦ରୁ ଅଧିକ ଆସନରେ ବିଜୟ ସହ ପଶ୍ଚିମବଙ୍ଗରେ ପ୍ରଥମ ଥର କ୍ଷମତାକୁ ଆସିଛି ବିଜେପି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ