ଦୀଘା ଜଗନ୍ନଥ ମନ୍ଦିରରୁ ହଟିବ ଧାମ ଶବ୍ଦ, ଓଡିଶା ସରକାର ଆରମ୍ଭ କରିବେ ଉଦ୍ୟମ

ଭୁବନେଶ୍ବର: ପଶ୍ଚିମବଙ୍ଗରେ ବିଜେପି ସରକାର ଆସିବା ପରେ ଦୀଘା ଜଗନ୍ନଥ ମନ୍ଦିରରୁ ହଟିବ ଧାମ ଶବ୍ଦ। ସରକାର ଗଠନ ହେବା ପରେ ଓଡିଶା ସରକାର ଆରମ୍ଭ କରିବେ ଉଦ୍ୟମ। ଏନେଇ ସୂଚନା ଦେଇ କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ସାରା ବିଶ୍ବରେ ହଜାର ହଜାର ଜଗନ୍ନାଥ ମନ୍ଦିର ଅଛି। କିନ୍ତୁ ସବୁ ଧାମ ନୁହେଁ। ଧାମ ଗୋଟିଏ । ଅନ୍ୟ ସବୁ ମନ୍ଦିର। ତେଣୁ ଦୀଘା ଧାମ କୁ ନେଇ ଯେଉଁ ଜଗନ୍ନାଥ ପ୍ରେମୀଙ୍କ ମନରେ ଆଘାତ ହୋଇଛି ତାକୁ ସମାହିତ କରିବାକୁ ସରକାର ଉଦ୍ୟମ ଆରମ୍ଭ କରିବେ। ସରକାର ଗଠନ ହେବା ପରେ ଏନେଇ ଉଦ୍ୟମ କରାଯିବ। ମମତା ଜଗନ୍ନାଥ ପ୍ରେମୀଙ୍କ ମନରେ ଆଘାତ ଦେଇଥିଲେ। ମହାପ୍ରଭୁଙ୍କ ବଙ୍ଗାଳୀ ଭକ୍ତଙ୍କୁ ପୁରୀ ଆସିବାକୁ ବାରଣ କରାଯାଇଥିଲା ତାର ଫଳ ସେ ଭୋଗିଛନ୍ତି ବୋଲି ରାଜସ୍ବମନ୍ତ୍ରୀ ସୁରେଶ ପୁଜାରୀ କହିଛନ୍ତି।

ଗତ ୨୦୨୫ରେ ଅକ୍ଷୟ ତୃତୀୟା ଦିନ ପଶ୍ଚିମବଙ୍ଗର ଦୀଘାରେ ପ୍ରତିଷ୍ଠା ହୋଇଥିଲା ଜଗନ୍ନାଥ ମନ୍ଦିର। ପୁରୀ ଶ୍ରୀମନ୍ଦିରର ଅବିକଳ ନକଲରେ ଗଢ଼ାହୋଇଛି ଦିଘା ଜଗନ୍ନାଥ ମନ୍ଦିର । ୨୦ଏକର ଜମିରେ ଓ ୨୫୦କୋଟି ବ୍ୟୟରେ ନିର୍ମାଣ ହୋଇଛି ମନ୍ଦିର । ୨୦୧୯ ମସିହାରୁ ମନ୍ଦିର ନିର୍ମାଣ କାମ ଆରମ୍ଭ ହୋଇଥିଲା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହି ମନ୍ଦିରକୁ ‘ଜଗନ୍ନାଥ ଧାମ’ ବୋଲି କହିଥିଲେ। ହେଲେ ପୁରୀ ଗଜପତି ଏହାକୁ ଅସ୍ୱୀକାର କରିଥିଲେ ଏହାକୁ ନେଇ ବିବାଦ ଓ ଦେଖାଦେଇଥିଲା।
ଦୀଘା ଜଗନ୍ନାଥ ମନ୍ଦିରକୁ ଧାମ ନାମ ଦେବା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ କଡ଼ା ପ୍ରତିକ୍ରିୟା ଦେଇଥିଲେ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗର ତତକାଳୀନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀକୁ ଚିଠି ଲେଖିଥିଲେ। ଆଦି ଗୁରୁ ଶଙ୍କରାଚାର୍ୟ୍ୟ ମଧ୍ୟ କହିଛନ୍ତି ଜଗନ୍ନାଥ ଧାମ ଆସ୍ଥା ବିଶ୍ୱାସ ସହିତ ଜଡ଼ିତ । କୌଣସି ବ୍ୟକ୍ତି କିମ୍ବା କୌଣସି ସରକାର ଧାମ କୁ ପରିବର୍ତ୍ତନ କରି ପାରିବେ ନାହିଁ। ମମତା ଅହଂକାରର ଚରମ ସୀମାରେ ଅଛନ୍ତି ଲୋକେ ତାର ଜବାବ ଦେବେ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ