ବଙ୍ଗୋପସାଗରରେ ଆସିବ କି ବାତ୍ୟା

ଭୁବନେଶ୍ୱର: ପୁଣି ଡରାଇଲା ମେ ମାସ…ବଙ୍ଗୋପସାଗରରେ ଆସିବ କି ବାତ୍ୟା । ପାଣିପାଗ ବିଶେଷଜ୍ଞ କହିଲେ, ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ । ସେପଟେ ୧୧ ତାରିଖ ଯାଏଁ ରାଜ୍ୟରେ ଜାରି ରହିବ କାଳବୈଶାଖୀ । ୪୮ ଘଣ୍ଟା ପାଇଁ ଭୀଷଣ ବର୍ଷା ସହ ବଜ୍ରପାତ ନେଇ ଅରେଞ୍ଜ ଆଲର୍ଟ ଜାରି କଲା ଆଂଚଳିକ ପାଣିପାଗ କେନ୍ଦ୍ର ।ଭାରତୀୟ ପାଣିପାଗ ବିଭାଗ ବାତ୍ୟା ନେଇ କୌଣସି ସୂଚନା ଦେଇନାହିଁ । ଗ୍ଲୋବାଲ ଫୋରକାଷ୍ଟ ସିଷ୍ଟମ ବା ଜିଏଫଏସର ଆକଳନ କହୁଛି, ମେ ୧୧ରୁ ୧୫ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ପରେ ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । କିନ୍ତୁ ବର୍ତ୍ତମାନ ବାତ୍ୟା ପାଇଁ ପାଗ ଅନୁକୂଳ ନାହିଁ ।୧୧ ତାରିଖ ବେଳକୁ ପାଗ ଅନୁକୂଳ ହେବ । ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହୋଇନାହିଁ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ ।
ଅନ୍ୟପଟେ ଛତିଶଗଡ଼ରୁ ମଣିପୁର ପର୍ୟ୍ୟନ୍ତ ଏକ ଟ୍ରଫ୍‌ଲାଇନ୍‌ ଆଭ୍ୟନ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଦେଇ ଗତି କରୁଛି। ଏହାର ପ୍ରଭାବରେ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ବଳବତ୍ତର ରହିଛି । ୧୧ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ଜାରି ରହିବ। ଆଂଚଳିକ ପାଣିପାଗ କେନ୍ଦ୍ର ୪୮ ଘଣ୍ଟା ପାଇଁ ଭୀଷଣ ବର୍ଷା ସହ ବଜ୍ରପାତ ନେଇ ଜାରି କରିଛି ଅରେଞ୍ଜ ଆଲର୍ଟ ।
ସୁନ୍ଦରଗଡ଼,ଦେଓଗଡ଼,ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର କେନ୍ଦୁଝର,ମୟୂରଭଞ୍ଜ ଆଦି ଜିଲ୍ଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ । ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବାକି ସମସ୍ତ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ଆସନ୍ତାକାଲି ପାଇଁ ସମୁଦ୍ର ମଧ୍ୟକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।ବର୍ତ୍ତମାନ ସ୍ଥିତିରେ ବର୍ଷା ବଜ୍ରପାତ ସମୟରେ ବାହାରକୁ ନଯିବା, ଖୋଲା ଜିନିଷଗୁଡ଼ିକୁସୁରକ୍ଷିତ ରଖିବା ଏବଂ ଖୋଲା ପଡ଼ିଆ, ଗଛ ଏବଂ ଜଳାଶୟରୁ ଦୂରେଇ ରହିବାକୁ କୁହାଯାଇଛି । ସତର୍କତା ଅବଧି ମଧ୍ୟରେ କୃଷି କାର୍ୟ୍ୟ ସ୍ଥଗିତ ରଖିବାକୁ ଚାଷୀମାନଙ୍କୁ ମଧ୍ୟ ଅନୁରୋଧ କରାଯାଇଛି ।

  • Related Posts

    ବୋର୍ଡ ଅଫ୍ ରେଭିନ୍ୟୁର ନିର୍ମାଣଧୀନ ଛାତରୁ ଖସି ଶ୍ରମିକ ମୃତ

    କଟକ: ବୋର୍ଡ ଅଫ୍ ରେଭିନ୍ୟୁର ନିର୍ମାଣଧୀନ ବିଲ୍ଡିଙ୍ଗ ଲିଫ୍ଟ କାମ ଚାଲୁଥିବା ବେଳେ ଛାତ ଉପରୁ ଖସିପଡି ଶ୍ରମିକ ମୃତ। ଶ୍ରମିକ ଜଣକ କୌଣସି କାରଣବଶତଃ ଛାତ ଉପରୁ ଖସିପଡି ଗୁରୁତର ହୋଇଥିଲେ। ଗୁରୁତର ଅବସ୍ଥାରେ କଟକ ଏସସିବି ମେଡିକାଲରେ ତାଙ୍କୁ…

    Continue reading
    ବାଲିଅନ୍ତା ପରେ ବାଲିପାଟଣାରେ ବାଡେଇ ବାଡେଇ ମାରିଦେଲେ

    ଭୁବନେଶ୍ୱର: ବାଲିଅନ୍ତାରେ ଲୋକମାନ ଗତକାଲି ଜଣଙ୍କୁ ବାଡେଇ ବାଡେଇ ମାରି ଦେଇଥିଲେ, ଆଜି ବାଲିପାଟଣାରେ ଆଉଜଣଙ୍କୁ ବାଡେଇ ବାଡେଇ ମାରିଦେଲେ । ଭୁବନେଶ୍ବର ଉପକଣ୍ଠ ବାଲିଅନ୍ତା ଥାନା ଅଧୀନ ରାମଚନ୍ଦ୍ରପୁର ପୋଲ ନିକଟରେ ଘଟିଥିବା ବର୍ବର ହତ୍ୟାକାଣ୍ଡକୁ ନେଇ ରାଜ୍ୟବ୍ୟାପୀ ଚର୍ଚ୍ଚା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ