
ସୁବର୍ଣ୍ଣପୁର : ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଅନ୍ତର୍ଗତ ଗୁଲୁଣ୍ଡା ସିଲାଟି ରାସ୍ତାରେ ଏକ ବରଗଛ ଡାଳରେ ଯୁବକ ଯୁବତୀଙ୍କ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଛି । ତେବେ ଏହା ଆତ୍ମହତ୍ୟା ନା ହତ୍ୟା ସନ୍ଦେହରେ ।
ଗଛ ମୂଳରେ ଗୋଟିଏ ବ୍ୟାଗ୍ ଓ ଯୁବକ ଯୁବତୀଙ୍କ ଚପଲ ପଡ଼ିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଉଭୟଙ୍କ ପରିଚୟ ମିଳିନଥିବା ବେଳେ ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ହେବ ।


