ଅନୁମୋଦନ ହୋଇ ନାହିଁ ବିଚାରପତି ବର୍ମାଙ୍କ ଇସ୍ତଫା

ନୂଆଦିଲ୍ଲୀ: ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ ଯଶବନ୍ତ ବର୍ମାଙ୍କ ଇସ୍ତଫା ପତ୍ରକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଅନୁମୋଦନ କରି ନାହାନ୍ତି। ଏପ୍ରିଲ ୯ ତାରିଖରେ ଜଷ୍ଟିସ ବର୍ମା ତାଙ୍କ ପଦରୁ ଇସ୍ତଫା ଦେଇଥିଲେ। ମାତ୍ର ଏହା ଅନୁମୋଦନ ହୋଇ ନଥିବାରୁ ତାଙ୍କ ବିଚାରପତି ପଦ ବଜାୟ ରହିଛି। ଆହ୍ଲାବାଦ ହାଇକୋର୍ଟ ପୋର୍ଟାଲର ବିଚାରପତି ତାଲିକାରେ ୪ର୍ଥ ସ୍ଥାନରେ ଜଷ୍ଟିସ ବର୍ମାଙ୍କ ନାମ ରହିଛି। ସମ୍ବିଧାନର ଧାରା ୨୧୭(୧) ଅନୁଯାୟୀ ଜଣେ ବିଚାରପତି ସ୍ବହସ୍ତ ଲିଖିତ ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ରେଜିଷ୍ଟ୍ରି ଡାକ ଯୋଗେ ପଠାଇବା ପରେ ସେ ଆଉ କାର୍ୟ୍ୟ କରିପାରିବେ ନାହିଁ। ଇସ୍ତଫା ପତ୍ର ପଠାଇବା ଦିନ ଠାରୁ ହିଁ ତାଙ୍କର କାର୍ୟ୍ୟକାଳ ଶେ​‌ଷ ହୋଇଥାଏ। ମାତ୍ର ଜଷ୍ଟିସ ବର୍ମା ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କ ନିକଟକୁ ପଠାଇବା ସତ୍ତ୍ବେ ତାଙ୍କ ବିଚାରପତି ପଦ ବଜାୟ ରହିଛି। ଘରୁ ବିପୁଳ ପରିମାଣର ପୋଡା ୫୦୦ ଟଙ୍କିଆ ନୋଟ୍ ଜବତ ହେବା ଘଟଣାକୁ ନେଇ ଜଷ୍ଟିସ ବର୍ମାଙ୍କୁ ଦୋଷୀ ଦର୍ଶାଯିବାକୁ କାରଣରୁ ସେ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।

  • Related Posts

    ୨୫ ବିଧାୟକଙ୍କୁ ଦଳରୁ ବହିଷ୍କାର କଲା ଏଆଇଏଡିଏମକେ

    ଚେନ୍ନଇ:ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର ମୁଖିଆ ଇଡାପାଡି କେ ପଲାନିସ୍ୱାମୀ ବିଦ୍ରୋହୀ ନେତାଙ୍କ ବିରୋଧରେ ଗ୍ରହଣ କରିଛନ୍ତି କାର୍ୟ୍ୟାନୁଷ୍ଠାନ।…

    Continue reading
    ଯଦି ଯୁଦ୍ଧ ଚାଲିବ ତେଲ ଦର ନିଶ୍ଚିତ ବଢ଼ିବ ଆର୍.ବି.ଆଇ:ଗଭର୍ଣ୍ଣର

    ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ସାରା ବିଶ୍ବରେ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହୋଇଛି। କିନ୍ତୁ ଭାରତରେ ଆଜି ପର୍ଯ୍ୟନ୍ତ ତାହା ସ୍ଥିର ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ବିଶ୍ବର ଗୁରୁତ୍ବପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ସ୍ବାଭାବିକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ