ପ୍ରବାସୀ ଭାରତୀୟ ଦିବସ ପୂର୍ବରୁ ପନ୍ନୁ ଦେଲା ଚେତାବନୀ

ଭୁବନେଶ୍ୱର: ପୁଣି ଥରେ ଧମକପୂର୍ଣ୍ଣ ମେଲ୍‌ ପଠାଇଛି ଖଲିସ୍ତାନୀ ଆତଙ୍କବାଦୀ ପନ୍ନୁ। ଖୁବ୍‌ ଶୀଘ୍ର ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜିତ ହେବାକୁ ଥିବା ବେଳେ ଉକ୍ତ ସମୟରେ ବ୍ୟାଘାତ ସୃଷ୍ଟି ପାଇଁ ଧମକପୂର୍ଣ୍ଣ ମେଲ୍ ତଥା ଭିଡିଓ ମେସେଜ ପଠାଇଛି ପନ୍ନୁ। ଓଡ଼ିଶାର ବରିଷ୍ଠ ସାମ୍ବାଦିକ ଅକ୍ଷୟ ସାହୁଙ୍କ ନିକଟକୁ ଏହି ମେଲ୍‌ ଓ ଭିଡିଓ ମେସେଜ ଆସିଥିବା ଜଣାଯାଇଛି। ଏନେଇ ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ଜଣାଯାଇଛି। ଗତ ନଭେମ୍ବର ମାସରେ ଭୁବନେଶ୍ୱରରେ ଡିଜିପି ସମ୍ମିଳନୀ ଚାଲିଥିବା ବେଳେ ତାହାକୁ ଭଣ୍ଡୁର କରିବାକୁ ପନ୍ନୁ ପଠାଇଥିଲା ଧମକପୂର୍ଣ୍ଣ ମେଲ୍‌। ସେତେବଳେ ମଧ୍ୟ ସାମ୍ବାଦିକ ଅକ୍ଷୟ ସାହୁଙ୍କ ନିକଟକୁ ଓଡ଼ିଆ ଓ ଇଂରାଜୀରେ ଦୁଇଟି ଧମକପୂର୍ଣ୍ଣ ମେଲ୍‌ ଆସିଥିଲା।

ସେହିପରି ଆଜି ପୁନର୍ବର ଏହି ଘଟଣାର ପୁନରାବୃତ୍ତି ହୋଇଛି। ଆସନ୍ତା୮ ତାରିଖରେ ଭୁବନେଶ୍ୱରର ଜନତା ମଇଦାନରେ ‘ପ୍ରବାସୀ ଭାରତୀୟ ଦିବସ’ ସମାରୋହ ପାଳିତ ହେବ । ଏହି ସମୟରେ ବିମାନ ବନ୍ଦରରୁ ଜନତା ମଇଦାନ ଯାଏଁ ସତର୍କ ରହିବାକୁ ଧମକ ଦିଆଯାଇଛି। ଏହା ପୂର୍ବରୁ ଅକ୍ଷୟ ସାହୁଙ୍କ ନିକଟକୁ ଧମକପୂର୍ଣ୍ଣ ମେଲ୍‌ ଓ ଭିଡିଓ ମେସେଜ ଆସିଥିବା ବେଳେ ଏନେଇ ଅକ୍ଷୟ ସାହୁ ଆଜି ପୁଲିସ୍‌କୁ ସୂଚନା ଦେବେ ବୋଲି ଜଣାଯାଇଛି।

  • Related Posts

    ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା, ଉତ୍ସବମୁଖର ରାଇକିଆ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆରେ ମା ବନଦୁର୍ଗାଙ୍କ ମହାସପ୍ତମୀ ପୂଜା ଆରମ୍ଭ ହୋଇଛି। ମା ଙ୍କ ଆବାହନ ସହ ପୂଜାମଣ୍ଡପରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଥିବା ବେଳେ ଦର୍ଶନ ପାଇଁ ଭକ୍ତଙ୍କ ଆଗମନ ଆରମ୍ଭ ହୋଇଛି। ଚଳିତ ବର୍ଷ ରାଇକିଆରେ ୫୨ତମ…

    Continue reading
    କୋଟିଆ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନିରବ କାହିଁକି: କଂଗ୍ରେସ

    ଭୁବନେଶ୍ବର: ଆନ୍ଧ୍ର ସରକାର ପଞ୍ଚାୟତ ନିର୍ବାଚନ ଘୋଷଣା କରିବା ପରେ କୋଟିଆ ଏକ ବଡ଼ ପ୍ରସଙ୍ଗ ଭାବେ ଉଭା ହୋଇଛି। ଆନ୍ଧ୍ର ସରକାରଙ୍କ ପାର୍ବତୀପୁରମ ମାନ୍ୟମ ନୂଆ ଜିଲ୍ଲାର ଅଧିକାରୀ କୋଟିଆ ଅଞ୍ଚଳରେ ପ୍ରବେଶ କରି ପଞ୍ଚାୟତ ନିର୍ବାଚନ କରିବା ପାଇଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି