ନୂଆଦିଲ୍ଲୀ: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୬ର ୫୧ତମ ମୁକାବିଲାରେ ଦିଲ୍ଲୀ କ୍ୟାପିଟାଲ୍ସ ଏବଂ କୋଲକାତା ନାଇଟ୍ ରାଇଡର୍ସ ମୁହାଁମୁହିଁ ହୋଇଛନ୍ତି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମୁକାବିଲାରେ କୋଲକାତା ଟସ୍ ଜିଣି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା। ଆଜିଙ୍କ୍ୟ ରହାଣେଙ୍କ ନେତୃତ୍ବରେ କୋଲକାତା ସଫଳ ବୋଲିଂ ରଣନୀତି କରିଥିଲା। ଦିଲ୍ଲୀ ନିଜର ପଡ଼ିଆରେ ନିର୍ଦ୍ଧାରିତ ୨୦ ଓଭରରେ ୮ଟି ୱିକେଟ୍ ହରାଇ ୧୪୨ ରନ୍ କରିଛି। କୋଲକାତାକୁ ଏହି ମ୍ୟାଚ୍ ଜିତିବା ପାଇଁ ୧୪୩ ରନ୍ର ଲକ୍ଷ୍ୟ ମିଳିଛି।
ଯଦି ଯୁଦ୍ଧ ଚାଲିବ ତେଲ ଦର ନିଶ୍ଚିତ ବଢ଼ିବ ଆର୍.ବି.ଆଇ:ଗଭର୍ଣ୍ଣର
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ସାରା ବିଶ୍ବରେ ପେଟ୍ରୋଲ ଓ ଡିଜେଲ ମହଙ୍ଗା ହୋଇଛି। କିନ୍ତୁ ଭାରତରେ ଆଜି ପର୍ଯ୍ୟନ୍ତ ତାହା ସ୍ଥିର ରହିଛି। ମଧ୍ୟପ୍ରାଚ୍ୟ ଯୁଦ୍ଧ ପାଇଁ ବିଶ୍ବର ଗୁରୁତ୍ବପୂର୍ଣ୍ଣ ସାମୁଦ୍ରିକ ପଥ ହର୍ମୁଜ ପ୍ରଣାଳୀରେ ଜାହାଜ ଚଳାଚଳ ସ୍ବାଭାବିକ…
