ବଢ଼ିପାରେ ପାରଦ

ଭୁବନେଶ୍ୱର: ଆସନ୍ତା ତିନି ଦିନରେ ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ଯାଏ ବଢ଼ିପାରେ । ତେବେ କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ । ୧୨ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ତଥାପି ତାତି ୪୦ ଡିଗ୍ରୀ ତଳେ ରହିବ ବୋଲି ଆକଳନ ରହିଛି ।ଶନିବାର ଉପକୂଳ ଓଡ଼ିଶା ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନର ତାପମାତ୍ରା ୩୫ରୁ ୩୭ ଡିଗ୍ରୀ ରହିପାରେ । ବାକି ସବୁ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ । ୧୦ ତାରିଖରେ କେବଳ ବୌଦ୍ଧକୁ ଛାଡ଼ି ବାକି ସବୁଠି ତାତି ୪୦ ଡିଗ୍ରୀ ତଳେ ରହିପାରେ । ୧୨ ତାରିଖ ଯାଏ ବି ଏଭଳି ସ୍ଥିତି ରହିବ ।ଆଜି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଅଛି । ୧୦ ତାରିଖରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୋନପୁର, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱରରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି । କୋରାପୁଟ, ମାଲକାନଗିରି, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମର ବିକ୍ଷିପ୍ତ ସ୍ଥାନରେ ବର୍ଷା ହୋଇପାରେ ।ଅନ୍ୟପଟେ ଦକ୍ଷିଣ ଆଣ୍ଡାମାନ ସାଗରେ ଘୂର୍ଣ୍ଣିବଳୟ ସୃଷ୍ଟି। ଆସନ୍ତା ୧୩ରେ ଲଘୁଚାପ ସମ୍ଭାବନା। ଏନେଇ ଆଞ୍ଚଳିକ ପାଣିପାଗ ବିଭାବ ପକ୍ଷରୁ ଆକଳନ କରାଯାଇଛି।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଗାଡି ସଂଖ୍ୟା ଅଧା ହେଲା

    ଭୁବନେଶ୍ୱର,୧୩/୦୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେବାକୁ ରାଜ୍ୟବାସୀଙ୍କୁ…

    Continue reading
    ସପ୍ତାହରେ ୩ ଦିନ ଚାଲିବ ପୁରୀ-କୋରାପୁଟ ଏକ୍ସପ୍ରେସ

    ଭୁବନେଶ୍ୱର, ୧୩/୦୫: ପୁରୀରୁ କୋରାପୁଟକୁ ଖୁବ୍ ଶୀଘ୍ର ଚାଲିବ ଏକ ନୂଆ ଏକ୍ସପ୍ରେସ୍ ଟ୍ରେନ। ଏହି ଟ୍ରେନ ସପ୍ତାହକୁ ତିନି ଥର ଚାଲିବ। ଟ୍ରେନ ନମ୍ବର ୧୮୪୦୭ ପୁରୀରୁ ସୋମବାର, ଗୁରୁବାର ଓ ଶନିବାର ଏବଂ ଟ୍ରେନ ନମ୍ବର ୧୮୪୦୮ କୋରାପୁଟରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ