ଭୋଜି ଖାଇ ଝାଡାବାନ୍ତି; ୮୦ ଆକ୍ରାନ୍ତ

ଖପ୍ରାଖୋଲ: ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିକିତ୍ସା ପାଇଁ ପାଟଣାଗଡ ରେଫର ହୋଇଥିବା ଜଣାଯାଇଛି ।
ସୂଚନା ଅନୁସାରେ ଦୁଇ ଦିନ ତଳେ ଏକ ବିବାହ ଭୋଜି ଖାଇ ଗୁରୁବାର ପ୍ରାୟ ୪୦ ଜଣ ଆକ୍ରାନ୍ତ ହୋଇ ଥିବା ବେଳେ କିଛି ରୋଗୀ ଖପ୍ରାଖୋଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଚିକିତ୍ସା ପରେ ଘରକୁ ପଠାଇ ଦିଆଯାଇଥିଲା । ତେବେ ଶୁକ୍ରବାର ଡାକ୍ତରୀ ଦଳ ଗାଁକୁ ଯାଇ ୪୦ରୁ ଅଧିକ ରୋଗୀଙ୍କୁ ଚିକିତ୍ସା କରୁଥିବା ଜଣାଯାଇଛି । ଡାକ୍ତରୀ ଦଳରେ ଡାକ୍ତର ରଶ୍ମିତା ବେହେରା, ଡାକ୍ତର ଗୀତାଞ୍ଜଳୀ ପାଟ୍ର, ଫାର୍ମାସିଷ୍ଟ ନିରାକାର ବାରିକ, ଗଗନ ପଣ୍ଡା, ଏଏନଏମ ଚନ୍ଦ୍ରକାନ୍ତି ବରିହା, କାଦମ୍ବିନୀ ପୁରୋହିତ, ଆଶା କର୍ମୀ, ଅଙ୍ଗନୱାଡ଼ି କର୍ମୀ ସହଯୋଗ କରିଥିଲେ।

ଏନେଇ ଖପ୍ରାଖୋଲ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ଅଧିକ୍ଷକ ଡାକ୍ତର ସୁରଜ ଦୀପଙ୍କୁ ପଚାରିବାରୁ ବିବାହ ଭୋଜି ଖାଇ ଲୋକେ ଆକ୍ରାନ୍ତ ହୋଇଥିଲେ। କିଛି ଖପ୍ରାଖୋଲ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ରରେ ଚିକିତ୍ସିତ ହୋଇଥିବା ବେଳେ ଆମ ଡାକ୍ତରୀ ଦଳ ଗାଁକୁ ଯାଇ ଦିନସାରା ଚିକିତ୍ସା ପରେ ସ୍ଥିତି ନିୟନ୍ତ୍ରଣାଧୀନ ଥିବା କହିଛନ୍ତି ।

  • Related Posts

    ମୁଖ୍ୟମନ୍ତ୍ରୀଙ୍କ କାର୍‌କେଡ୍ ଗାଡି ସଂଖ୍ୟା ଅଧା ହେଲା

    ଭୁବନେଶ୍ୱର,୧୩/୦୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁଁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍ କରିବାକୁ ଆହ୍ୱାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନକୁ ସମ୍ମାନ ଦେବାକୁ ରାଜ୍ୟବାସୀଙ୍କୁ…

    Continue reading
    ସପ୍ତାହରେ ୩ ଦିନ ଚାଲିବ ପୁରୀ-କୋରାପୁଟ ଏକ୍ସପ୍ରେସ

    ଭୁବନେଶ୍ୱର, ୧୩/୦୫: ପୁରୀରୁ କୋରାପୁଟକୁ ଖୁବ୍ ଶୀଘ୍ର ଚାଲିବ ଏକ ନୂଆ ଏକ୍ସପ୍ରେସ୍ ଟ୍ରେନ। ଏହି ଟ୍ରେନ ସପ୍ତାହକୁ ତିନି ଥର ଚାଲିବ। ଟ୍ରେନ ନମ୍ବର ୧୮୪୦୭ ପୁରୀରୁ ସୋମବାର, ଗୁରୁବାର ଓ ଶନିବାର ଏବଂ ଟ୍ରେନ ନମ୍ବର ୧୮୪୦୮ କୋରାପୁଟରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ