୬ରେ ବିଜେପିରେ ମିଶିବେ ସୁନନ୍ଦା

ଭୁବନେଶ୍ୱର: ଗତ ଅକ୍ଟୋବର ୨୯ ତାରିଖରେ ବିଜେଡିରୁ ଇସ୍ତଫା ଦେଇଥିବା ବରୀର ପୂର୍ବତନ ବିଧାୟକ ସୁନନ୍ଦା ଦାସ ନଭେମ୍ବର ୬ ତାରିଖରେ ବିଜେପିରେ ଯୋଗ ଦେବେ। ୬ ତାରିଖ ପୂର୍ବାହ୍ନରେ ସେ ଭୁବନେଶ୍ୱର ସ୍ଥିତ ବିଜେପି ରାଜ୍ୟ କାର୍ୟ୍ୟାଳୟରେ ଦଳରେ ସାମିଲ ହେବେ। ତାଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ଏହି ସୂଚନା ଦେଇଛନ୍ତି।ଗତ ୫ ମାସ ହେଲେ ଅଣଦେଖା ହୋଇ ରହିଥିବା ଅଭିଯୋଗ ଆଣି ସୁନନ୍ଦା ଦାସ ବିଜେଡିରୁ ଇସ୍ତଫା ଦେଇଥିଲେ। ବିଜେଡି ଛାଡ଼ିବା ପରେ ସେ ଦଳର ଅନେକ ଗୁମର ଖୋଲିଥିଲେ। ପ୍ରଣବ ପ୍ରକାଶ ଦାସ (ବବି)ଙ୍କ ଉପରେ ମନଇଚ୍ଛା ବର୍ଷିଥିଲେ।
ଗତ ନିର୍ବାଚନରେ ବିଜେଡିରେ ଅଫିସରମାନେ ଟିକେଟ ବାଣ୍ଟୁଥିଲେ ବୋଲି ସେ କହିଥିଲେ। ଟିକେଟ ପାଇଁ ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ଭେଟିବାକୁ ତାଙ୍କୁ କୁହାଯାଇଥିଲା ବୋଲି ସେ କହିଥିଲେ। ଏମିତିକି ସେ ଏହି ଦୁଇ ଅଧିକାରୀଙ୍କୁ ଭେଟିଥିଲେ। ଟିକେଟ ବଣ୍ଟନର ପୂର୍ବଦିନ ଏହି ଦୁଇ ଅଫିସର ତାଙ୍କୁ ଡାକି ଅଲ୍‌ ଦି ବେଷ୍ଟ  କହିଥିଲେ। କିନ୍ତୁ ତା’ ପରଦିନ ତାଲିକାରେ ତାଙ୍କ ନଥିଲା।ସୂଚନାଯୋଗ୍ୟ, ସୁନନ୍ଦା ଦାସ ୨୦୧୯ରୁ ୨୦୨୪ ପର୍ୟ୍ୟନ୍ତ ବରୀର ବିଧାୟକ ରହିଥିଲେ। ତେବେ ୨୦୨୪ ନିର୍ବାଚନରେ ତାଙ୍କୁ ବିଜେଡି ଟିକେଟ ଦେଇ ନଥିଲା। ତାଙ୍କ ବଦଳରେ ବିଜେପି ଛାଡ଼ି ଆସିଥିବା ବିଶ୍ୱରଞ୍ଜନ ମଲ୍ଲିକଙ୍କୁ ଟିକେଟ ଦେଇଥିଲା ବିଜେଡି।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ