ମୁଖ୍ୟମନ୍ତ୍ରୀଙ୍କୁ ୬ ଦାବି ଜଣାଇଲେ ଅପରାଜିତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ସାକ୍ଷାତ କରିଛନ୍ତି । ଭୁବନେଶ୍ୱରର ଉନ୍ନତି ନିମନ୍ତେ ୬ଟି ପ୍ରସ୍ତାବ ପ୍ରଦାନ କରିଛନ୍ତି । ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିକାଶ ନେଇ ସେ ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ।
ଅପରାଜିତା ଗତବର୍ଷ ସେପ୍ଟେମ୍ବର ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଭୁବନେଶ୍ବର ସଂସଦୀୟ କ୍ଷେତ୍ର ଅଞ୍ଚଳ ଲୋକଙ୍କ ପାଇଁ ୪ଟି ପ୍ରସ୍ତାବ ଦେଇଥିଲେ । ଏହି ପ୍ରସ୍ତାବଗୁଡ଼ିକ ଉପରେ ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟ ଶୀଘ୍ର କାର୍ୟ୍ୟ ହାତକୁ ନେଇ ଆଗ୍ରହ ଦେଖାଇଛନ୍ତି । ଯାହାକୁ ନେଇ ୨୦୨୫ ବର୍ଷ ଆରମ୍ଭରୁ ମୁଖ୍ୟମନ୍ତ୍ରୀଙ୍କୁ ସ୍ବତନ୍ତ୍ର ଭାବରେ ଧନ୍ୟବାଦ ଜଣାଇଛନ୍ତି ଭୁବନେଶ୍ବର ସାଂସଦ । ଭୁବନେଶ୍ବର ସଂସଦୀୟ କ୍ଷେତ୍ରର ବିକାଶ ପାଇଁ ଆଉ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ଏହି ୬ଟି ପ୍ରସ୍ତାବ କାର୍ୟ୍ୟକାରୀ ହେଲେ ଭୁବନେଶ୍ବର ବାସିନ୍ଦା ବେଶ୍ ଉପକୃତ ହେବେ ବୋଲି କହିଛନ୍ତି ଅପରାଜିତା ଷଡଙ୍ଗୀ ।ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ କରିଛନ୍ତି, “ସଂସଦୀୟ କ୍ଷେତ୍ରର ୪ଟି ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲି, କାମ ଆରମ୍ଭ ହେଇଛି । ଆଜି ଆଉ ୬ଟି ବିଷୟ ନେଇ ମୁଁ ମୁଖ୍ୟମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛି । ଖୋର୍ଦ୍ଧା, ଜଟଣୀ, ବେଗୁନିଆ, ଡେଲାଙ୍ଗ ଲୋକଙ୍କର ଦାବି ରହିଛି । ୧୫୬ ଗାଁକୁ ଜଗନ୍ନାଥ ଜମି ଦିଆଯାଇଥିଲା । ୩୬ ଗାଁର ପାଖାପାଖି ୧ ଲକ୍ଷ ୨୦ ହଜାର ଲୋକେ ଜମି ଫେରି ପାଇବାରୁ ବଞ୍ଚିତ ଅଛନ୍ତି । ସେମାନଙ୍କୁ ଜମି ଫେରାଇ ଦେବା ପାଇଁ ୨୦୧୪ ମସିହାରେ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ଏହି ଜମି ସେମାନଙ୍କୁ ଫେରାଇ ଦିଆଯିବ ମୁଖ୍ୟମନ୍ତ୍ରୀ ପ୍ରତିଶୃତି ଦେଇଛନ୍ତି । ସେହିପରି ଜଟଣୀରେ ନିର୍ମାଣ ହେବ ୫୬୮ ଭେଣ୍ଡିଂ ଜୋନ । ୧୬ କୋଟି ୫୮ ଲକ୍ଷ ଟଙ୍କା ବ୍ୟବରାଦ ହୋଇଛି ।

  • Related Posts

    ଭୁବନେଶ୍ବର ଫେରିଲେ କଂଗ୍ରେସ ବିଧାୟକ

    ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ହଟାଅ ଅଭିଯାନରେ ଦିଲ୍ଲୀ ଯାଇଥିବା କଂଗ୍ରେସର ୫ ବିଧାୟକ ଶୁକ୍ରବାର ରାତିରେ ଭୁବନେଶ୍ବର ଫେରିଛନ୍ତି। ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ନେତୃତ୍ବରେ ସି.ଏସ. ରାଜନ ଏକ୍କା, ମଙ୍ଗୁ ଖିଲ,…

    Continue reading
    ପୋଲିସ ଆଇନର ରକ୍ଷକ ନୁହେଁ, ସତ୍ତାର ସୁରକ୍ଷା କର୍ମୀ:କଂଗ୍ରେସ

    ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ଜଣେ ଦୁଷ୍କର୍ମ ପୀଡିତାଙ୍କୁ ପୋଲିସର ନିର୍ଯାତନା ଏବଂ ଅର୍ଥ ଆଦାୟ ବିଷୟକୁ ନେଇ ଓଡିଶା ପୋଲିସ ପୁଣି ଥରେ କଳା କାରନାମା ରଚିଛି ଏବଂ ଏହାକୁ ନେଇ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ