ବଢ଼ିବ ତାତି : ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ

ଭୁବନେଶ୍ୱର: ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଅବପାତ ରୂପ ନେବାର ସମ୍ଭାବନା କମ୍ । ଆଗାମୀ ୪୮ ଘଣ୍ଟାରେ ଏହା ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । କିନ୍ତୁ ଅବପାତ ହେବାର କ୍ୱଚିତ୍ ସମ୍ଭାବନା ଅଛି । ତେବେ ଆସନ୍ତା ୬ରୁ ୭ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢ଼ିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ମଙ୍ଗଳବାର ଟିଟିଲାଗଡ଼ରେ ତାତି ସର୍ବାଧିକ ୪୦ ଡିଗ୍ରୀ ଥିଲା । ସମ୍ବଲପୁରରେ ୩୯.୯, ଝାରସୁଗୁଡ଼ାରେ ୩୯.୨ ଓ ଭବାନୀପାଟଣାରେ ୩୯ ଡିଗ୍ରୀ ଥିଲା । ବୁଧବାର ଓ ଗୁରୁବାର ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ପାଖାପାଖି ରହିପାରେ । ତେବେ ଉପକୂଳ ଓଡ଼ିଶାରେ ୩୫ରୁ ୩୮ ଡିଗ୍ରୀ ଭିତରେ ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ୧୫ ଓ ୧୬ ତାରିଖରେ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ତାତି ୪୧ ଡିଗ୍ରୀ ଛୁଇଁପାରେ । କିନ୍ତୁ ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ତାତି ୪୦ ଡିଗ୍ରୀ ତଳେ ରହିବ ବୋଲି ଆକଳନ କରାଯାଇଛି । କାଳବୈଶାଖୀ ବର୍ଷା ପ୍ରଭାବରେ ୧୬ ତାରିଖ ଯାଏ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

  • Related Posts

    ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ପ୍ରୟାସରେ ଓଡ଼ିଶାର ପ୍ରଗତି ଶିଖର ଛୁଇଁଛି :ମୁଖ୍ୟମନ୍ତ୍ରୀ

    ଆଜିର ଏହି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ତଥା ମହତ୍ତ୍ୱପୂର୍ଣ୍ଣ ପ୍ରେସ୍ ସମ୍ମିଳନୀରେ ମୁଁ ଆପଣ ସମସ୍ତଙ୍କୁ ଆନ୍ତରିକ ସ୍ୱାଗତ ଓ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ଜୁନ୍ ୯ ତାରିଖ ହେଉଛି ଆମ ଦେଶର ଗଣତାନ୍ତ୍ରିକ ଇତିହାସରେ ଏକ ସ୍ୱର୍ଣ୍ଣିମ, ଯୁଗାନ୍ତକାରୀ ତଥା ଅଭୂତପୂର୍ବ…

    Continue reading
    ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ:ଶୁଭେନ୍ଦୁ ଅଧିକାରୀ

    ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ବଡ଼ ଘୋଷଣା। ‘ଦୀଘା ଜଗନ୍ନାଥ ଧାମ’ରୁ ହଟିବ ‘ଧାମ’ ଶବ୍ଦ। ଦୀଘା ଜଗନ୍ନାଥ ଧାମ ବଦଳରେ ହେବ ଦୀଘା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଚିଠି ପାଇବା ପରେ ଶୁଭେନ୍ଦୁ ଅଧିକାରୀଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ