ଲକ୍ଷ ଲକ୍ଷ ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା:ନବୀନ

ଭୁବନେଶ୍ବର: NEET- UG ୨୦୨୬ ପରୀକ୍ଷାକୁ NTA ବାତିଲ କରିଛି । କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ମେ ୩ ତାରିଖରେ ହୋଇଥିବା ପରୀକ୍ଷା ରଦ୍ଦ କରାଯାଇଛି । ଏହାକୁ ନେଇ ସାରା ଦେଶରେ ବିରୋଧ କରାଯାଉଥିବା ବେଳେ ବର୍ତ୍ତମାନ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା ମଧ୍ୟ ସାମ୍ନାକୁ ଆସିଛି ।

ନବୀନ ପଟ୍ଟନାୟକ ଟ୍ବିଟ କରି କହିଛନ୍ତି, “ଏହା ପରୀକ୍ଷା ବ୍ୟବସ୍ଥାର ସ୍ବଚ୍ଛତା ନେଇ ପିଲାମାନଙ୍କ ବିଶ୍ବାସକୁ କମ୍‌ କରୁଛି । କେବଳ ଅବହେଳା ନୁହେଁ, ଲକ୍ଷ ଲକ୍ଷ ପରୀକ୍ଷାର୍ଥୀଙ୍କ ପ୍ରତି ବିଶ୍ୱାସଘାତକତା ।NEET ପ୍ରଶ୍ନପତ୍ର ଲିକ୍ ପ୍ରଥମ ଥର ନୁହେଁ, ପୂର୍ବରୁ ବି ହୋଇଛି । ଏହି ଲିକ୍ ପରିଶ୍ରମୀ ପରୀକ୍ଷାର୍ଥୀ ଯେଉଁମାନ ରାତାରାତି ଅନିଦ୍ରା ରହି ପାଠ ପଢୁଥିଲେ ସେମାନଙ୍କ ଭବିଷ୍ୟତକୁ ବିପଦରେ ପକାଉଛି । ଛାତ୍ରୀଛାତ୍ରଙ୍କ ବିଶ୍ୱାସ ଫେରାଇ ଆଣିବା ପାଇଁ ଉତ୍ତରଦାୟିତ୍ୱ ସ୍ଥିର କରାଯାଉ । ବ୍ୟବସ୍ଥା ପ୍ରତ୍ୟେକ ଛାତ୍ରଙ୍କୁ ଆଶ୍ୱସ୍ତ କରିବା ଉଚିତ ଯେ ସେମାନଙ୍କର ଝାଳ ଏବଂ ଦୃଢ଼ତାକୁ କେବେ ବି ଭୁଲ ଦ୍ୱାରା ଦୁର୍ବଳ କରାଯିବ ନାହିଁ।”

  • Related Posts

    ୨୫ ବିଧାୟକଙ୍କୁ ଦଳରୁ ବହିଷ୍କାର କଲା ଏଆଇଏଡିଏମକେ

    ଚେନ୍ନଇ:ତାମିଲନାଡୁରେ ଦୁଇ ଫାଳ ହେଲା ଏଆଇଏଡିଏମକେ। ତାମିଲନାଡୁ ବିଧାନସଭା ନିର୍ବାଚନ ପରେ ଏଆଇଏଡିଏମକେରେ ଦେଖା ଯାଇଥିବା ବିବାଦ ଏବେ ତୀବ୍ର ରୂପ ଧାରଣ କରିଛି। ବୁଧବାର ଏଆଇଏଡିଏମକେର ମୁଖିଆ ଇଡାପାଡି କେ ପଲାନିସ୍ୱାମୀ ବିଦ୍ରୋହୀ ନେତାଙ୍କ ବିରୋଧରେ ଗ୍ରହଣ କରିଛନ୍ତି କାର୍ୟ୍ୟାନୁଷ୍ଠାନ।…

    Continue reading
    ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ

    ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ଦେହାନ୍ତ ଘଟିଛି। କଣ୍ଟାବାଞ୍ଜି ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ଜଣାପଡିଛି। ଏନେଇ ତାଙ୍କ ପୁଅ ସୂଚନା ଦେଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା । ସେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ