୨୦ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର:ଓଡ଼ିଶାର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ମେ’ ୨୦ରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବ। ଲୋକସେବା ଭବନର ତୃତୀୟ ମହଲାରେ ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା କ୍ୟାବିନେଟ୍‌ ବୈଠକରେ ପ୍ରାୟ ୯ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବା ସହ ଅନୁମୋଦନ ଦିଆଯିବ ବୋଲି ବିଶ୍ୱସ୍ତ ସୂତ୍ରରୁ ଜଣାଯାଇଛି।
ସୂଚନା ଅନୁଯାୟୀ, ୨୦୩୬ ସୁଦ୍ଧା ଓଡ଼ିଶାକୁ ବିକାଶର ଶୀର୍ଷରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ଲକ୍ଷ୍ୟ ରଖିଛନ୍ତି। ଏହାକୁ ନେଇ ଗତ ୨୩ ମାସ ମଧ୍ୟରେ ସରକାର ବହୁବିଧ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ସହିତ ତାହାକୁ କାର୍ଯ୍ୟକାରୀ କରିଛନ୍ତି। ହେଲେ ବିକଶିତ ଓଡ଼ିଶା ତଥା ବିକଶିତ ଭାରତ ପାଇଁ ସବୁ ବିଭାଗ ପକ୍ଷରୁ ଏବେ ଦୀର୍ଘସୂତ୍ରୀ କାର୍ଯ୍ୟକ୍ରମ ଏବଂ ଯୋଜନାକୁ ଗୁରୁତ୍ୱ ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ବର୍ଗଙ୍କ ହିତକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଉକ୍ତ କ୍ୟାବିନେଟ୍‌ରେ ‘ପେସା’ ଆଇନ ପ୍ରସ୍ତାବ ଆଣିପାରନ୍ତି। ଏହାକୁ କାର୍ଯ୍ୟକାରୀ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଥିବା ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ ନିକଟରେ ଗଣମାଧ୍ୟମକୁ କହିଥିଲେ। ସେହିପରି ଶକ୍ତି, ରାଜସ୍ବ, ନଗର ଉନ୍ନୟନ, ସାଧାରଣ ପ୍ରଶାସନ ଓ ଅର୍ଥ ବିଭାଗ ଭଳି ବିଭିନ୍ନ ବିଭାଗ ପକ୍ଷରୁ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ରାଜ୍ୟ କ୍ୟାବିନେଟ୍‌ରେ ଆସିବାକୁ ରହିଥିବା ଜଣାଯାଇଛି। ଏସଂକ୍ରାନ୍ତରେ ବୁଧବାର ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟଙ୍କୁ ପତ୍ର ମାଧ୍ୟମରେ ଅବଗତ କରାଯାଇଥିବା ଜଣାପଡ଼ିଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ