ଦେବଗଡ଼ରେ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ଦେବଗଡ଼:ଦେବଗଡ଼ ଜ଼ିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ମୁକେଶ କୁମାର ଭୋଇଙ୍କ ତତ୍ତ୍ୱାବଧାନରେ ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କମିଟିର ପ୍ରସ୍ତୁତି ବୈଠକ ସ୍ଥାନୀୟ ବିକାଶ ଭବନ ସଭା ଗୃହରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ କବିନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ବିଧାୟକ ରୋମାଞ୍ଚ ରଞ୍ଜନ ବିଶ୍ୱାଳ, ଭାରପ୍ରାପ୍ତ ଆରକ୍ଷୀ ଅଧିକ୍ଷକ ଧୀରଜ୍ ଚପଦାର,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ରାଜେନ୍ଦ୍ର କୁମାର ମିଞ୍ଜ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ ଯୋଗଦେଇ ପ୍ରବଳ ବର୍ଷା ଜନିତ ସମ୍ଭାବ୍ୟ ବାତ୍ୟା ପରିସ୍ଥିତିର ମୁକାବିଲା ନିମନ୍ତେ ସମସ୍ତ ବିଭାଗ ସଜାଗ ରହିବା ସଙ୍ଗେ ସଙ୍ଗେ ଏଭଳି ପରିସ୍ଥିତି କୁ ସମ୍ମୁଖୀନ ହେବା ନିମନ୍ତେ ଯଥେଷ୍ଟ ପୂର୍ବରୁ ନିଜ ନିଜ ବିଭାଗର କାର୍ଯ୍ୟ ଖସଡ଼ା ପ୍ରସ୍ତୁତି କରି ରଖିବାକୁ ପରାମର୍ଶ ଦେଇଥିଲେ।
ବୈଠକରେ କୃଷି ବିଭାଗ, ଶକ୍ତି ବିଭାଗ,ପଶୁ ସମ୍ପଦ ବିଭାଗ, ମତ୍ସ ବିଭାଗ,ଯୋଗାଣ ବିଭାଗ, ସ୍ୱାସ୍ଥ୍ୟ ବିଭାଗ, ଜନ ସ୍ଵାସ୍ଥ୍ୟ ବିଭାଗ, ପୌରପରିଷଦ, ଜଙ୍ଗଲ ବିଭାଗ, ପଞ୍ଚାୟତ ବିଭାଗ ,ଗ୍ରାମ୍ୟ ଉନ୍ନୟନ ବିଭାଗ, ଅଗ୍ନି ଶ୍ରମ ବିଭାଗ ଓଡ୍ରାପ ଟିମ୍ ର ଉପସ୍ଥିତି ଜିଲ୍ଲାସ୍ତରୀୟ ଅଧିକାରୀ ମାନେ ସମ୍ଭାବ୍ୟ ପରିସ୍ଥିତି ର ମୁକାବିଲା ନିମନ୍ତେ ନିଜ ନିଜ ବିଭାଗ ର ପ୍ରସ୍ତୁତି ଉପରେ ସୂଚନା ପ୍ରଦାନ କରିଥିଲେ। ଜିଲ୍ଲାପାଳ ଶ୍ରୀ ସାହୁ ମୌସୁମୀ ପ୍ରବାହ ପୂର୍ବରୁ କୃଷି ବିଭାଗ ପକ୍ଷରୁ ବିହନ, ସାର ଏବଂ କୀଟନାଶକ ଔଷଧ ଇତ୍ୟାଦି ଗଚ୍ଛିତ ରଖିବା, ଶକ୍ତି ବିଭାଗ ପକ୍ଷରୁ ମରାମତି ନିମନ୍ତେ ଆବଶ୍ୟକିୟ ସରଞ୍ଜାମ ଗଚ୍ଛିତ ଓ ବନ୍ୟା ଅଞ୍ଚଳରେ ଥିବା ସମସ୍ତ ଇଲେକ୍ଟ୍ରିକ ପୋଲ ଗୁଡିକୁ ମରାମତି ଓ ମହଜୁତ କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସେହିଭଳି ମୌସୁମୀ ବର୍ଷା ଯଥେଷ୍ଟ ପୂର୍ବରୁ ଦୁର୍ଗମ ଅଞ୍ଚଳରେ ଅତ୍ୟାବଶ୍ୟକୀୟ ଖାଦ୍ୟ ସାମଗ୍ରୀ, କିରୋସିନି ଆଦି ଗଚ୍ଛିତ କରିବାକୁ ଜିଲ୍ଲା ଖାଦ୍ୟ ଯୋଗାଣ ବିଭାଗ କୁ ପରାମର୍ଶ ଦେଇଥିଲେ। ଜିଲ୍ଲା ମୁଖ୍ୟ ଚିକିତ୍ସାଲୟ ରେ ଜିଲ୍ଲା ସଦର ମହକୁମା ଡାକ୍ତରଖାନା, ସମସ୍ତ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ଅତ୍ୟାବଶ୍ୟକୀୟ ଔଷଧ, ଓଆରେସ୍ ଏବଂ ସାପ କାମୁଡ଼ା ଇଞ୍ଜେକ୍ସନ ମହଜୁଦ ରଖିବାକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଜିଲ୍ଲାପାଳ ଶ୍ରୀ ସାହୁ ପରାମର୍ଶ ଦେଇଥିଲେ ।
ବୈଠକରେ ତିଲେଇବଣି ବ୍ଲକ୍ ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ,ବାରକୋଟ ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳି ପାତ୍ର,ଏସିଏଫ୍ ଅରୁଣ କୁମାର ବେହେରା,ଜିଲ୍ଲା ପଞ୍ଚାୟତ ଅଧିକାରୀ ହେମନ୍ତ ସିଂ,ତହସିଲଦାର କର୍ଣ୍ଣ ମଲିକ୍,ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ସଞ୍ଜୟ କୁମାର ପାତ୍ର,ଭାରପ୍ରାପ୍ତ ନିର୍ବାହୀ ଅଧିକାରୀ ପୌରପରିଷଦ କଳିଙ୍ଗ ଆଶିଷ ଶତପଥି, ସହକାରୀ ନିର୍ଦ୍ଦେଶକ ଉଦ୍ୟାନ କୃଷି ଅନ୍ତର୍ଯ୍ୟାମୀ ସାହୁ,ଜିଲ୍ଲା ମତ୍ସ୍ୟ ଅଧିକାରୀ ଅଶୋକ ଇନ୍ଦୁଆର୍,ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ମନୋରଞ୍ଜନ ସୂତାର,ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ , ଗୋଷ୍ଠୀ ଉନୟନ ଅଧିକାରୀ , ତହସିଲଦାର ପ୍ରମୁଖ ଉପସ୍ଥିତ ଥିଲେ ‌।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ