ପୋଲିସ ଇନୋଭେଟିଭ୍ ଢଙ୍ଗରେ ଅପରାଧ ନିୟନ୍ତ୍ରଣ କରିବା ଆବଶ୍ୟକ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୦୫।୨୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ରାଜ୍ୟ ପ୍ରଶାସନ, ପୋଲିସ ଉଚ୍ଚ ପଦାଧିକାରୀ ଏବଂ ଜିଲ୍ଲାପାଳ ଓ ଏସ୍.ପିମାନଙ୍କ ସହିତ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିବା ସମୟରେ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ ରାଜ୍ୟ ପୋଲିସକୁ ପାଟ୍ରୋଲିଙ୍ଗ୍ ବ୍ୟବସ୍ଥାକୁ ସମ୍ପୂର୍ଣ୍ଣ ଭାବେ କଡ଼ାକଡ଼ି କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ପରାମର୍ଶ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ସେମାନେ ଜିଲ୍ଲାସ୍ତରରେ ନିୟମିତ ଭାବେ ଜିଲ୍ଲାର ଆଇନ କାନୁନ ପରିସ୍ଥିତି ସମୀକ୍ଷା କରି ପୋଲିସ ମହାନିର୍ଦ୍ଦେଶକ, ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏବଂ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ ପଠାନ୍ତୁ । ବିଭିନ୍ନ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କୁ ମଧ୍ୟ ନିୟମିତ ଭାବେ ଅବଗତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟ ପୋଲିସ ପ୍ରଶାସନ ଅନେକ କ୍ଷେତ୍ରରେ ସଫଳତା ମଧ୍ୟ ଅର୍ଜନ କରିଛି । ପୋଲିସର ଉନ୍ନତ ତଦନ୍ତ ବ୍ୟବସ୍ଥା ଯୋଗୁ ଭାରତୀୟ ନ୍ୟାୟ ସଂହିତା ଅଧୀନରେ ଦୋଷୀ ସାବ୍ୟସ୍ତ ହାର ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି । ନକ୍ସଲ ଅପରାଧରେ ପୋଲିସର ସଫଳତା ପ୍ରଂଶସନୀୟ । ତେବେ ଆଧୁନିକ ଯୁଗର ପରିସ୍ଥିତିକୁ ଦେଖି ପୋଲିସ ନବସୃଜନ ବା ଇନୋଭେଟିଭ୍ ଢଙ୍ଗରେ ଅପରାଧ ନିୟନ୍ତ୍ରଣ କରିବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଥିଲେ । ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ଏବଂ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ହେମନ୍ତ ଶର୍ମା ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ସମ୍ପର୍କରେ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଇଥିଲେ । ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ୱାଇ.ବି ଖୁରାନିଆ ପୋଲିସ ପ୍ରଶାସନ ପକ୍ଷରୁ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ସୂଚନା ଦେଇଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଶ୍ରୀ ପ୍ରକାଶ ମିଶ୍ର ଏବଂ ବରିଷ୍ଠ ପ୍ରଶାସନିକ ଓ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ ।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ