ଭୁବନେଶ୍ବର: ପେଟ୍ରୋଲ ଡିଜେଲର ସମସ୍ୟାରୁ ମୁକ୍ତି ପାଇଁ ଲୋକେ ମୋ ବସ୍ କୁ ଭରସା କରୁଛନ୍ତି କିନ୍ତୁ ଆଜି ରାଜ୍ୟରେ ବସ୍ ଭଡ଼ା ବି ବଢ଼ିଛି। ସାଧାରଣ ଓ ଏକ୍ସପ୍ରେସ୍ ବସ୍ ଭଡ଼ା ୨ପଇସା ବଢ଼ିଥିବା ବେଳେ ଡିଲକ୍ସ, ଏସି ଡିଲକ୍ସ ଓ ସୁପର ଡିଲକ୍ସ ବସ୍ ଭଡ଼ା ୪ରୁ ୬ ପଇସା ବୃଦ୍ଧି ପାଇଛି। ରାଜ୍ୟ ପରିବହନ ବିଭାଗ ପକ୍ଷରୁ ଆଜି ଏ ସଂକ୍ରାନ୍ତୀୟ ନିର୍ଦ୍ଦେଶନାମା ପ୍ରକାଶ ପାଇଛି। ସାଧାରଣ ବସ୍ ଭଡ଼ା ପ୍ରତି କି.ମି ପିଛା ୮୮ ପଇସା ଥିବା ବେଳେ ଏବେ ୯୦ ଓ ଏକ୍ସପ୍ରେସ୍ ବସ୍ ଭଡ଼ା ୯୨ ପଇସାରୁ ୯୪ ପଇସାକୁ ବୃଦ୍ଧି ପାଇଛି। ସେହିପରି ଡିଲକ୍ସ ବସ୍ ଭଡ଼ା ୧୨୭ ପଇସାରୁ ୧୩୧ ପଇସା, ଏସି ଡିଏକ୍ସ ୧୫୫ ପଇସାରୁ ୧୫୯ ପଇସା ଓ ସୁପର ଡିଲକ୍ସ ଭଡ଼ା ୨୪୧ ପଇସାରୁ ୨୪୭ ପଇସାକୁ ବୃଦ୍ଧି ପାଇଛି।
ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ
ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…







