୧୫ ପରେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର: ଆସନ୍ତା ୧୫ ତାରିଖ ପରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି । ସେ କହିଛନ୍ତି ସର୍ଭେ ଅବଧି ଡିସେମ୍ବର ୩୦ ପରିବର୍ତ୍ତେ ଜାନୁଆରୀ ୧୫କୁ ବଢ଼ିଛି । ହିତାଧିକାରୀଙ୍କ ଜମି ୫ ଏକର ଅଛି କି ନାହିଁ ତାହାର ସର୍ଭେ ଜାନୁଆରୀ ୧୫ରେ ଶେଷ ହେବ ।

ଅନ୍ୟପକ୍ଷରେ ଚଳିତ ବର୍ଷ ମାର୍ଚ୍ଚ ୩୧ ସୁଦ୍ଧା ‘ସୁଭଦ୍ରା’ ଆବେଦନ କଲେ ବି ଆବେଦନକାରୀ ମହିଳାଙ୍କୁ ୨୦୨୪ରେ ବାକିଥିବା ୨ଟି କିସ୍ତି ମିଳିବ। ଗତକାଲି ଅନୁଷ୍ଠିତ କ୍ୟାବିନେଟ୍ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କହିଛନ୍ତି, ୨୦୨୪-୨୦୨୫ ପାଇଁ ଆବେଦନର ଶେଷ ତାରିଖ ରହିଛି ଆସନ୍ତା ମାର୍ଚ୍ଚ ୩୧ ତାରିଖ। ତା’ଭିତରେ ଯେଉଁମାନେ ବି ଆବେଦନ କରିବେ, ସମସ୍ତଙ୍କୁ ୨ଟି କିସ୍ତି ପ୍ରଦାନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।ବର୍ତ୍ତମାନ ସୁଭଦ୍ରା ଯୋଜନାରେ ୧ କୋଟି ୬ ଲକ୍ଷରୁ ଅଧିକ ଆବେଦନ ପଞ୍ଜୀକୃତ ହୋଇଛି। ଏହା ମଧ୍ୟରୁ ୮୦,୨୯.୭୪୨୧ ଜଣଙ୍କ ଆବେଦନକୁ (ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ) ମଞ୍ଜୁର କରାଯାଇଛି। ପ୍ରଥମ କିସ୍ତିରେ ୫ ହଜାର ଟଙ୍କା ପ୍ରଦାନ କରାଯାଇଛି।ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ନଥିବା ଅବଶିଷ୍ଟ ଆବେଦନଗୁଡ଼ିକ ବିଚାରାଧୀନ ଅଛି। ବର୍ତ୍ତମାନ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆବେଦନ କରିବାର କୌଣସି ଶେଷ ତାରିଖ ରଖାଯାଇ ନଥିଲା। ରାଜ୍ୟ କ୍ୟାବିନେଟ୍‌ରେ ଏହି ପଞ୍ଜୀକରଣର ଶେଷ ତାରିଖ ଧାର୍ୟ୍ୟ କରାଯାଇଛି। ଆସନ୍ତା ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୦୨୪-୨୫ ଆର୍ଥିକ ବର୍ଷର ସୁଭଦ୍ରା ପଞ୍ଜୀକରଣ ଶେଷ ହେବ ବୋଲି ନିଷ୍ପତ୍ତି ହୋଇଛି।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ