ସୋଆକୁ ସିଏସ୍‌ଆର୍‌ ସମ୍ମାନ

ଭୁବନେଶ୍ୱର,୧୮/୦୫/୨୬: ଶିକ୍ଷା ଓ ଅନୁସନ୍ଧାନ (ସୋଆ)କୁ ଇଂରାଜୀ ପତ୍ରିକା ‘କମ୍ପିଟିସନ୍‌ ସକ୍‌ସେସ୍‌ ରିଭ୍ୟୁ’ ପକ୍ଷରୁ ସିଏସ୍‌ଆର୍‌ ସମ୍ମାନ ପ୍ରଦାନ କରାଯାଇଛି। ରବିବାର ନୁଆଦିଲ୍ଲୀ ଠାରେ ଆୟୋଜିତ ସିଏସ୍‌ଆର୍‌ ସମ୍ମାନ ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କୁ ‘ସିଏସ୍‌ଆର୍‌ ଏମିନେଂଟ ଫାଉଣ୍ଡିଙ୍ଗ୍‌ ଡାଇରେକ୍ଟର ଅଫ୍‌ ଲିଡିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ’ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ସୋଆ ଡିମ୍‌ଡ ଟୁ ବି ବିଶ୍ୱବିଦ୍ୟାଳୟକୁ ‘ସିଏସ୍‌ଆର୍‌ ଏକ୍ସିଲେନ୍ସ ଇନ୍‌ ଏଜୁକେସନ୍‌’ ସମ୍ମାନ ପ୍ରଦାନ କରାଯାଇଛି । ସେହିପରି ସୋଆର ଫ୍ୟାକଲ୍ଟି ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି – ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଟେକ୍ନିକାଲ୍‌ ଏଜୁକେସନ୍‌ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)କୁ ‘ସିଏସ୍‌ଆର୍‌ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍‌ ଫର ଏକ୍ସିଲେନ୍ସ ଇନ୍‌ କ୍ୟାରିୟର ଡେଭଲପମେଂଟ ’ ସମ୍ମାନରେ ସମ୍ମାନିତ କରା ଯାଇଥିବାବେଳେ ସୋଆ ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ ବିଜିନେସ୍‌ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌ (ଆଇବିସିଏସ୍‌)କୁ ସିଏସ୍‌ଆର୍‌ ଟପ୍‌ ଲିଡିଂ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ସମ୍ମାନରେ ସମ୍ମାନିତ କରାଯାଇଛି। ସେହିପରି ସୋଆର ଫ୍ୟାକଲ୍ଟି ଅଫ୍‌ ହୋଟେଲ ମ୍ୟାନେଜମେଂଟ ସୋଆ ସ୍କୁଲ ଅଫ୍‌ ହୋଟେଲ ମ୍ୟାନେଜମେଂଟ (ଏସଏଚ୍‌ଏମ୍‌)କୁ ସିଏସଆର ଟପ୍‌ ହୋଟେଲ ମ୍ୟାନେଜମେଂଟ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ସମ୍ମାନରେ ସମ୍ମାନିତ କରାଯାଇଛି । ନୂଆଦିଲ୍ଲୀର ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର ଉତ୍ସବରେ ସୋଆର ପ୍ରତିଷ୍ଠାତା ସଭାପତିଙ୍କ ଅଫିସର-ଅନ୍‌-ସ୍ପେଶାଲ ଡ୍ୟୁଟି ଶ୍ରୀ ପ୍ରୀତମ ନାୟକ ସିଏସ୍‌ଆର୍‌ର ପରିଚାଳନା ନିର୍ଦ୍ଦେଶିକା ଶ୍ରୀମତି ବନ୍ଦନା ବଧୱାରଙ୍କ ଠାରୁ ଏହି ସମ୍ମାନ ଗ୍ରହଣ କରିଥିଲେ । ଏହି ଅବସରରେ ସିଏସ୍‌ଆର୍‌ ଗ୍ରୁପ୍‌ର ଅଧ୍ୟକ୍ଷ ଶ୍ରୀ ଏସ୍‌.କେ. ସଚଦେବ ଉପସ୍ଥିତ ଥିଲେ ।

Related Posts

ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

Continue reading
ବଡ଼ ଭାଇକୁ ହତ୍ୟା କଲା ସାନ

ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

Continue reading

Leave a Reply

Your email address will not be published. Required fields are marked *

You Missed

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ