ପୋଲିସକୁ ଖୋଲା ଚ୍ୟାଲେଞ୍ଜ, ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ପୋଲିସକୁ ଖାତିର ନ କରି ଅପରାଧୀମାନେ ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ କରିଛନ୍ତି । ସୋମବାର ରାତି ୯ଟାରେ ବିଜିପୁରର ଉମେଶ ରଥ ତାଙ୍କ ସ୍ତ୍ରୀଙ୍କୁ ଧରି ବାଇକ୍‌ରେ ଯାଉଥିବା ବେଳେ ଗିରିରୋଡ୍‌ ମୁଖ୍ୟ ରାସ୍ତାରେ ତାଙ୍କୁ କେତେଜଣ ଦୁର୍ବୃତ୍ତ ଅଟକାଇ ବାଉଁଶରେ ପିଟିଛନ୍ତି। ସ୍ବାମୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିବା ବେଳେ ସ୍ତ୍ରୀ ଗାୟତ୍ରୀ ରଥ ମଧ୍ୟ ଦୁର୍ବୃତ୍ତଙ୍କ ଆକ୍ରମଣରେ ଆହତ ହୋଇଛନ୍ତି। ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଉମେଶଙ୍କ ଶରୀରର ଅନେକ ସ୍ଥାନରେ କ୍ଷତ ହୋଇଛି। ସେ ଏବେ ଏମ୍‌କେସିଜି ମେଡିକାଲ କାଜୁଆଲିଟିରେ ଚିକିତ୍ସିତ ହେଉଛନ୍ତି। ଖବରପାଇ ଟାଉନ୍‌ ଥାନା ଓ ଗୋଷାଣି ନୂଆଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା କରୁଛି। ଅଭିଯୁକ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଧରିବା ପାଇଁ ଏକ ଟିମ୍‌ ଗଠନ କରାଯାଇଛି। ବ୍ରହ୍ମପୁର ଏସ୍‌ପି ଡା. ସର୍ବଣା ବିବେକ ଏମ୍‌. ଓ ବୈଦ୍ୟନାଥପୁର ପୋଲିସ ପହଞ୍ଚି ଆହତଙ୍କ ବୟାନ ରେକର୍ଡ କରିଛନ୍ତି। ପୂର୍ବ ଶତ୍ରୁତାରୁ ଉମେଶଙ୍କୁ ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାସ୍ଥଳରୁ ସିସିଟିଭି ଫୁଟେଜ ସଂଗ୍ରହ କରିଛି। ଆହତଙ୍କ ବୟାନ ଆଧାରରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରହିଛି।
ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତାରେ ଜିଆର୍‌ପି କନଷ୍ଟେବଲ୍‌ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟି ପିଟି ହତ୍ୟା କରାଯିବା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଥିବା ବେଳେ ବ୍ରହ୍ମପୁରରେ ଆଉ ଜଣେ ଯୁବକଙ୍କୁ ତାଙ୍କ ସ୍ତ୍ରୀଙ୍କ ଆଗରେ ରାସ୍ତା ଉପରେ ପିଟିବା ଘଟଣା ଆଇନଶୃଙ୍ଖଳା ପ୍ରତି ଅପରାଧୀଙ୍କ ବେଖାତିର ମନୋଭାବକୁ ସୂଚାଉଛି। ଗଞ୍ଜାମ ଜିଲାରେ ମାସକ ମଧ୍ୟରେ ଏକାଧିକ ହତ୍ୟା ଓ ମରଣାନ୍ତକ ଆକ୍ରମଣ ଘଟିବା ପରେ ପୋଲିସ ଅପରାଧୀଙ୍କୁ ସାବାଡ୍‌ କରିବାକୁ ଏନ୍‌କାଉଣ୍ଟର ଆରମ୍ଭ କରିଥିଲା। ଶନିବାର ରାତିରେ ପୋଲିସ ଗୁଳିରେ ବ୍ରହ୍ମପୁରର ଦୁର୍ଦ୍ଦାନ୍ତ ଅପରାଧୀ ଦିପୁନ ନାୟକ ଆହତ ହୋଇଥିଲେ। ଏହାର ୪୮ ଘଣ୍ଟା ନ ପୂରୁଣୁ ଜନଗହଳି ସ୍ଥାନରେ ରାସ୍ତା ଉପରେ ଉମେଶଙ୍କୁ ଆକ୍ରମଣ କରାଯିବା ଘଟଣା ପୋଲିସର ଚିନ୍ତା ବଢ଼ାଇଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ