ଶ୍ରୀମନ୍ଦିରରେ କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହାନ

ପୁରୀ : ପୁରୀରେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ । ପତ୍ନୀଙ୍କ ସହ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ସିଂହଦ୍ଵାର ନିକଟରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲା ପ୍ରଶାସନ ତରଫରୁ ସ୍ୱାଗତ କରାଯାଇଥିଲା । କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସହ ପୁରୀ ସାଂସଦ ଡାକ୍ତର ସମ୍ବିତ ପାତ୍ର ମଧ୍ୟ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ମହାପ୍ରଭୁଙ୍କ ଦର୍ଶନ କରିବା ସହ ପାର୍ଶ୍ଵ ଦେବାଦେବୀଙ୍କୁ ମଧ୍ୟ ଦର୍ଶନ କରି ନିଜକୁ ଧନ୍ୟମନେ କରିଛନ୍ତି । ଶ୍ରୀମନ୍ଦିରକୁ ଯିବା ସମୟରେ ବ୍ୟାରିକେଡ଼ରେ ଥିବା ଭକ୍ତମାନଙ୍କୁ ହାତ ହଲାଇ ଅଭିବାଦନ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ।

ଭାରତ ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟ, ମଙ୍ଗଳବାର ଭୁବନେଶ୍ୱରରେ ପୂର୍ବାଞ୍ଚଳ କୃଷି ସମ୍ମିଳନୀ ଆୟୋଜନ କରିବ । ଏହି ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀର ଅଧ୍ୟକ୍ଷତା କରିବେ କେନ୍ଦ୍ର କୃଷି ଓ କୃଷକ କଲ୍ୟାଣ ଏବଂ ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ଶିବରାଜ ସିଂହ ଚୌହାନ ।
ଏହି ସମ୍ମିଳନୀରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିଭିନ୍ନ ରାଜ୍ୟର କୃଷି ମନ୍ତ୍ରୀ, ବରିଷ୍ଠ ଅଧିକାରୀ, ବୈଜ୍ଞାନିକ, କୃଷକ ପ୍ରତିନିଧି, କୃଷି ବିଶେଷଜ୍ଞ, କୃଷକ ଉତ୍ପାଦକ ସଂଗଠନ (ଏଫପିଓ), ଷ୍ଟାର୍ଟଅପ୍, ବ୍ୟାଙ୍କ ଏବଂ ଅନ୍ୟାନ୍ୟ ଅଂଶୀଦାରମାନେ ଯୋଗଦେବେ ।
ଏହି ସମ୍ମିଳନୀର ଉଦ୍ଦେଶ୍ୟ ହେଉଛି କୃଷି କ୍ଷେତ୍ରର ସାମଗ୍ରିକ ବିକାଶକୁ ପ୍ରୋତ୍ସାହିତ କରିବା, କୃଷକଙ୍କ ଆୟ ବୃଦ୍ଧି କରିବା ଏବଂ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ୱୟକୁ ଆହୁରି ସୁଦୃଢ଼ କରିବା। ସମ୍ମିଳନୀ ସମୟରେ, କୃଷି ଓ କୃଷକ କଲ୍ୟାଣ ମନ୍ତ୍ରଣାଳୟର ବିଭିନ୍ନ ଯୋଜନା ଓ କାର୍ୟ୍ୟକ୍ରମର ଅଗ୍ରଗତି ସମୀକ୍ଷା କରାଯିବ । ଏଥିସହିତ କୃଷି କ୍ଷେତ୍ର ସହିତ ଜଡିତ ବିଭିନ୍ନ ବିଷୟ ଉପରେ ବିସ୍ତୃତ ଆଲୋଚନା କରାଯିବ।
ସମ୍ମିଳନୀ ସମୟରେ, କୃଷକ ରେଜିଷ୍ଟ୍ରିରେ ହୋଇଥିବା ପ୍ରଗତି, ଉଦ୍ୟାନ କୃଷି କ୍ଷେତ୍ରର ସମ୍ଭାବନା, ଡାଲି କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ମିଶନ, ଜାତୀୟ ଖାଇବା ତେଲ-ତୈଳବୀଜ ମିଶନ (ଏନଏମଇଓ-ଓଏସ), ପିଏମ-ଆଶା, ଜାତୀୟ ପ୍ରାକୃତିକ କୃଷି ମିଶନ, କୃଷି ଋଣ ଏବଂ କିଷାନ କ୍ରେଡିଟ୍ କାର୍ଡ ସମ୍ପର୍କିତ ପ୍ରସଙ୍ଗ ଉପରେ ବିଶେଷ ଆଲୋଚନା କରାଯିବ ।
ଏହି ସମ୍ମିଳନୀରେ ବିଭିନ୍ନ ରାଜ୍ୟ ଦ୍ୱାରା ଗ୍ରହଣ କରାଯାଇଥିବା କୃଷି କ୍ଷେତ୍ରରେ ସଫଳ ପଦକ୍ଷେପ ଓ ନବସୃଜନକୁ ମଧ୍ୟ ପ୍ରଦର୍ଶିତ କରାଯିବ । ଓଡ଼ିଶା ଏହାର କୃଷି ସମ୍ପ୍ରସାରଣ କାର୍ୟ୍ୟ, ପଶ୍ଚିମବଙ୍ଗ ଏହାର ବିହନ ଉତ୍ପାଦନର ସର୍ବୋତ୍ତମ ଅଭ୍ୟାସ, ଝାଡ଼ଖଣ୍ଡ ଏହାର ଏଫପିଓ-ଆଧାରିତ ମୂଲ୍ୟ ଶୃଙ୍ଖଳ ଓ କୃଷି ଷ୍ଟାର୍ଟଅପ୍ ଇକୋସିଷ୍ଟମ ଏବଂ ବିହାର ମକା ଉତ୍ପାଦନ ଓ ବିପଣନ କ୍ଷେତ୍ରରେ ଏହାର ସଫଳ ଅଭିଜ୍ଞତା ବାଣ୍ଟିବ ।
ଏହି ସମ୍ମିଳନୀ କୃଷି କ୍ଷେତ୍ରରେ ବିଭିନ୍ନ ଆହ୍ୱାନର ମୁକାବିଲା, ନବସୃଜନ ବାଣ୍ଟିବା ଏବଂ କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ସ୍ଥାୟୀ ବିକାଶ ପାଇଁ ଭବିଷ୍ୟତ ରଣନୀତି ବିକଶିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମଞ୍ଚ ଭାବରେ କାର୍ୟ୍ୟ କରିବ । ସମ୍ମିଳନୀ ପରେ, କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଗଣମାଧ୍ୟମକୁ ସମ୍ବୋଧିତ କରିବେ ।

  • Related Posts

    ‘କ୍ରାଇମବ୍ରାଞ୍ଚ ଚାପମୁକ୍ତ ହୋଇ କରୁଛି ତଦନ୍ତ’

    ବାଲିଅନ୍ତା : ବାଲିଅନ୍ତା ଭିଡ଼ହିଂସାରେ ସୌମ୍ୟରଞ୍ଜନ ହତ୍ୟା ମାମଲାରେ ଡିଜିପିଙ୍କ ବଡ଼ ବୟାନ । ପୁଲିସ ଡିଜି ବିନୟତୋଷ ମିଶ୍ର ବଡ଼ ସୂଚନା ଦେଇଛନ୍ତି । କହିଛନ୍ତି, କ୍ରାଇମବ୍ରାଞ୍ଚ ସମ୍ପୂର୍ଣ୍ଣ ପ୍ରୋଫେସନାଲ୍ ଭାବେ କାର୍ଯ୍ୟ କରୁଛି । କୌଣସି ବାହ୍ୟ ଚାପ…

    Continue reading
    ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ଉପରେ ରହିବ ନଜର-ପୋଲିସ ଡିଜି

    ଛାତ୍ର ସଂସଦ ନିର୍ବାଚନକୁ ନେଇ ଏବେଠୁ କଡ଼ା ହୋଇଛି ପୋଲିସ ପ୍ରଶାସନ। କଲେଜ ନିର୍ବାଚନ ସମୟରେ କ୍ୟାମ୍ପସ୍‌ରେ ଯେପରି କୌଣସି ପ୍ରକାର ଅଶାନ୍ତି କିମ୍ବା ଗଣ୍ଡଗୋଳ ସୃଷ୍ଟି ନହୁଏ, ସେଥିପାଇଁ ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ବିଶେଷକରି ଅଣଛାତ୍ରଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ