ଯୁକ୍ତ ୨ ପାସ ହାର ୮୫.୮୫%

ଭୁବନେଶ୍ୱର: ଅପେକ୍ଷାର ହେଲା ଅନ୍ତଃ । ବାହାରିଲା ଯୁକ୍ତ ୨ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷ ପରିଷଦ ପକ୍ଷରୁ ପରିଚାଳିତ ଯୁକ୍ତ ୨ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ପରୀକ୍ଷା ଫଳ ଘୋଷଣା କରିଛନ୍ତି । ଏକ ସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଛି । ଧନ୍ଦାମୂଳକ ଶିକ୍ଷାର ରେଜଲ୍ଟ ମଧ୍ୟ ପ୍ରକାଶ ପାଇଛି । ତେବେ ଚଳିତ ବର୍ଷ ଯୁକ୍ତ ୨ ପାସ ହାର ୮୫.୮୫% ରହିଛି । ଚଳିତ ବର୍ଷ ୩ଲକ୍ଷ ୯୮ହଜାର ୯୦ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୮୧ ହଜାର ୭୮୧ ଜଣ ପରୀକ୍ଷାର୍ଥୀ ପାସ କରିଛନ୍ତି ।

ତେବେ କଳା ଷ୍ଟ୍ରିମରେ ପାସ ହାର ୮୪.୫୦% ରହିଛି । କଳାରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ଛାତ୍ରଙ୍କ ପାସ ହାର ୭୭.୯୭% ରହିଥିବାବେଳେ ଛାତ୍ରୀଙ୍କ ପାସହାର ୮୯.୪୫% ରହିଛି ।

ତେବେ ବାଣିଜ୍ୟରେ ପାସ ହାର ୮୮.୦୭% ରହିଛି । ବାଣିଜ୍ୟରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ବାଣିଜ୍ୟରେ ଛାତ୍ରଙ୍କ ପାସ ହାର ୮୬.୬୭% ରହିଥିବାବେଳେ ଛାତ୍ରୀଙ୍କ ପାସହାର ୯୦.୪୩% ରହିଛି ।

ତେବେ ବିଜ୍ଞାନରେ ପାସ ହାର ୮୮.୮୦% ରହିଛି । ବିଜ୍ଞାନରେ ଛାତ୍ରଙ୍କ ତୁଳନାରେ ଛାତ୍ରୀଙ୍କ ପାସ ହାର ଅଧିକ ରହିଛି । ବିଜ୍ଞାନରେ ଛାତ୍ରଙ୍କ ପାସ ହାର ୮୭.୪୧% ରହିଥିବାବେଳେ ଛାତ୍ରୀଙ୍କ ପାସହାର ୯୦.୨୪% ରହିଛି ।

ଅପରାହ୍ନ ୩ଟାରୁ ଛାତ୍ରଛାତ୍ରୀମାନେ ୱେବ୍‌ସାଇଟ୍‌ରେ ନିଜର ପରୀକ୍ଷା ଫଳ ଦେଖିପାରିବେ । ସିଏଚ୍‌ଏସ୍‌ଇ ପକ୍ଷରୁ କୁହାଯାଇଛି, ଛାତ୍ରଛାତ୍ରୀମାନେ ନିଜର ପରୀକ୍ଷା ଫଳ ୱେବ୍‌ସାଇଟ୍‌ www.results.odisha. gov.in, www.results. digilocker.gov.inରେ ଦେଖିପାରିବେ ।

ପରୀକ୍ଷା ଫଳ ଲୋକାର୍ପଣ କାର୍ୟ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ସମେତ ସଚିବ ଏନ୍ ତିରୁମାଲା ନାଏକ, ସିଏଚ୍ଏସ୍ଇ ଅଧ୍ୟକ୍ଷ ମୃଣାଳକାନ୍ତି ଦାସ, ସଚିବ ଶୁଭ୍ରାବାଳା ପରିଡ଼ା ଓ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ପ୍ରମୁଖ ଉପସ୍ଥିତ ଥିଲେ ।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ