ନିଟ୍-ୟୁଜି ପୁନଃ ପରୀକ୍ଷା ପ୍ରସ୍ତୁତିର ସମୀକ୍ଷା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ : ଅଣ୍ଡର ଗ୍ରାଜୁଏଟ୍ ମେଡିକାଲ ପାଠ୍ୟକ୍ରମରେ ନାମ ଲେଖା ପାଇଁ ପ୍ରବେଶିକା ପରୀକ୍ଷା ନିଟ୍-ୟୁଜି ୨୦୨୬କୁ ପୁନଃ ଆୟୋଜନ କରାଯାଉଛି। ମେ’ ୩ରେ ହୋଇଥିବା ନିଟ୍-ୟୁଜି ୨୦୨୬କୁ ପ୍ରଶ୍ନପତ୍ର ପ୍ରଘଟ କାରଣରୁ ବାତିଲ କରାଯିବା ପରେ ଆସନ୍ତା ଜୁନ୍ ୨୧ରେ ଏହି ପରୀକ୍ଷା ପୁନର୍ବାର ହେବାକୁ ଯାଉଛି। ପୁନର୍ବାର ହେବାକୁ ଯାଉଥିବା ଏହି ପ୍ରବେଶିକା ପରୀକ୍ଷା ପ୍ରସ୍ତୁତିକୁ ମଙ୍ଗଳବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ ପରୀକ୍ଷା ପରିଚାଳନା କରୁଥିବା ସଂସ୍ଥା ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ)ର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ମନ୍ତ୍ରୀ ପ୍ରଧାନ ସମସ୍ତ ପ୍ରକାର ତ୍ରୁଟି ବିଚ୍ୟୁତିକୁ ସୁଧାରିବା ସହିତ ଅସତ୍ ଉପାୟକୁ ରୋକିବାକୁ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି। ପରୀକ୍ଷା କେନ୍ଦ୍ରଗୁଡିକରେ କଡା ସୁରକ୍ଷା ବ୍ୟବସ୍ଥା ସହିତ ପ୍ରଶ୍ନପତ୍ର ପରିବହନକୁ ଧାର୍ଯ୍ୟ ନିୟମ (ପ୍ରୋଟୋକଲ) ଅନୁଯାୟୀ କରିବାକୁ କହିଛନ୍ତି। ସୁରକ୍ଷା ବ୍ୟବସ୍ଥା ପାଇଁ ପ୍ରତ୍ୟେକ ଜିଲାପାଳ ଓ ପୁଲିସ ଅଧୀକ୍ଷକ ସହିତ ସମନ୍ବୟ ବୈଠକ କରିବାକୁ କୁହାଯାଇଛି। ପରୀକ୍ଷା ପରିଚାଳନାରେ କୌଣସି ପ୍ରକାର ଅନିୟମିତତା ପାଇଁ ଶୂନ୍ୟ ସହନଶୀଳ ନୀତି ଅବଲମ୍ବନ କରାଯିବ ବୋଲି ଶିକ୍ଷାମନ୍ତ୍ରୀ କହିଛନ୍ତି। ଅନ୍ୟପଟେ ପ୍ରଶ୍ନପତ୍ର ପ୍ରଘଟ ଘଟଣାର ତଦନ୍ତ କ୍ରମରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ବର୍ତ୍ତମାନ ସୁଦ୍ଧା ୧୦ଜଣଙ୍କୁ ଗିରଫ କରିସାରିଲାଣି।

  • Related Posts

    ଆମେରିକୀୟ ସଂସଦ ନିମ୍ନ ସଦନରେ ଆମେରିକା-ଇରାନ ଯୁଦ୍ଧ ରୋକିବା ବିଲ୍ ପାରିତ

    ୱାଶିଂଟନ୍: ବୁଧବାର ଆମେରିକା ସଂସଦ ‘ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ’ରେ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ କ୍ଷମତା ପ୍ରସ୍ତାବ ପାରିତ ହୋଇଛି। ଟ୍ରମ୍ପଙ୍କ ନିଜ ଦଳ ରିପବ୍ଲିକାନର କିଛି ସାଂସଦ ବିରୋଧୀ ଡେମୋକ୍ରାଟ୍ସଙ୍କ ସହ ମିଶି ଏହି ପ୍ରସ୍ତାବ ସପକ୍ଷରେ ଭୋଟ୍ ଦେଇଛନ୍ତି। ଇରାନ ବିରୋଧରେ…

    Continue reading
    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ