ଭୁବନେଶ୍ୱର,୨୧/୦୫/୨୦୨୬:ସାମ୍ପ୍ରତିକ ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ଦେଶରେ ପେଟ୍ରୋଲ ଡିଜେଲ ଖର୍ଚ୍ଚକାଟ ପାଇଁ ପ୍ରଧାନମନ୍ତ୍ରୀ ନିକଟରେ ନିବେଦନ କରିଥିଲେ । ପ୍ରଧାନମନ୍ତ୍ରୀଙ୍କ ନିବେଦନ ପରେ ମୁଖ୍ୟମନ୍ତ୍ରୀ ତାଙ୍କ କାର୍କେଡ୍’ର ଗାଡ଼ିସଂଖ୍ୟା ଅଧା କରିଥିବା ବେଳେ ପେଟ୍ରୋଲ ଓ ଡିଜେଲ ଖର୍ଚ୍ଚ କମ୍ କରିବାକୁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ଏହି ପରିପ୍ରେକ୍ଷୀରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସରକାରୀ ବିଭାଗ ଗୁଡ଼ିକରେ ପେଟ୍ରୋଲ ଓ ଡିଜେଲ ବ୍ୟବହାର ହ୍ରାସ କରିବା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏଥିପାଇଁ ସେ ଏକ ୮-ସୂତ୍ରୀ ନିର୍ଦ୍ଦେଶାବଳୀ ଦେଇଛନ୍ତି । ଏହି ନିର୍ଦ୍ଦେଶାବଳୀ, ରାଜ୍ୟ ସଚିବାଳୟ ଠାରୁ ଆରମ୍ଭ କରି ସମସ୍ତ ସରକାରୀ ବିଭାଗର ଉପଖଣ୍ଡ, ତହସିଲ, ବ୍ଲକ୍ସ୍ତର ସହିତ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଉଦ୍ୟୋଗ, ସଂସ୍ଥା, ବିଶ୍ୱବିଦ୍ୟାଳୟ, ସମିତି ମାନଙ୍କରେ କଡ଼ାକଡ଼ି ଅନୁପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।
ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…
