ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରା ଟଙ୍କା

ଭୁବନେଶ୍ୱର:ନଭେମ୍ବର ଶେଷ ସୁଦ୍ଧା ସୁଭଦ୍ରାର ତୃତୀୟ ପର୍ଯ୍ୟାୟ ଟଙ୍କା ମିଳିବ । ଏନେଇ ଶନିବାର ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।  ସେ କହିଛନ୍ତି ଯେ ନଭେମ୍ବର ଶେଷ ସପ୍ତାହରେ ୨୦ ଲକ୍ଷରୁ ଊଦ୍ଧ୍ୱର୍ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ । ସେହିପରି ଡିସେମ୍ବରରେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ । ଡିସେମ୍ବର ଶେଷ ସୁଦ୍ଧା ୧କୋଟିରୁ ଊଦ୍ଧ୍ୱର୍ ମହିଳାଙ୍କୁ ଟଙ୍କା ମିଳିବ । ଖାରଜ ଆବେଦନର  ରିଚେକ ପାଇଁ ବିଡିଓଙ୍କୁ ନୋଡାଲ ଏଜେନ୍ସି ଦାୟିତ୍ୱ ଦିଆଯାଇଛି । ଜିଲ୍ଲାସ୍ତରରେ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କୁ  ନେଇ ୩ ଜଣିଆ କମିଟି ଗଠନ କରାଯାଇଛି । ଖାରଜ ହିତାଧିକାରୀଙ୍କୁ ଅଙ୍ଗନବାଡ଼ି ଦିଦିଙ୍କ ଜରିଆରେ ନୋଟିସ ହେବ । ଜମି ଆଧାରରେ ଖାରଜ ହୋଇଥିଲେ ଆରଆଇ ଓ ତିହସଲଦାର  ପୁନଃ ଯାଞ୍ଚ କରିବେ । ଖାରଜ ୨ ଲକ୍ଷ ୬୭ ହଜାର ଆବେଦନ ମଧ୍ୟରୁ ଜମି ଆଧାରରେ ଅଧିକ ଅଛନ୍ତି । ବ୍ୟାଙ୍କ ଲିଙ୍କ କଟିଥିଲେ ବ୍ୟାଙ୍କ ସହ ଯୋଗାଯୋଗ କରି ଜଣାଇବେ । ଅଙ୍ଗନବାଡ଼ି କର୍ମୀ, ଏମବିକେମାନଙ୍କୁ ଯାଞ୍ଚ କରି ଟଙ୍କା ଦିଆଯିବ ବୋଲି ଶ୍ରୀମତୀ ପରିଡ଼ା ସୂଚନା ଦେଇଛନ୍ତି ।
ଗତକାଲି ଶ୍ରୀମତୀ ପରିଡ଼ା କହିଥିଲେ ଯେ ଯେଉଁମାନେ ବାଦ ପଡ଼ିଛନ୍ତି ସେମାନଙ୍କ ପାଇଁ ଗାଇଡଲାଇନ ଆସିବ । ବାଦ ପଡ଼ିଥିବା ୨ ଲକ୍ଷ ୬୭ ହଜାର ମହିଳାଙ୍କ ପାଇଁ ମୋଡାଲିଟି ପ୍ରସ୍ତୁତ ହେବ ବୋଲି ଶ୍ରୀମତୀ ପରିଡ଼ା ସୂଚନା ଦେଇଥିଲେ ।  ବୈଠକ ବସିବ । ଆଉ ଏନେଇ ଗାଇଡଲାଇନର ରୂପରେଖ ପ୍ରସ୍ତୁତ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଥିଲେ ।

  • Related Posts

    ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଧାୟକ ପ୍ରକାଶ ସେଠୀ

    କଟକ: ରେଭେନ୍ସା ବିଶ୍ବବିଦ୍ୟାଳୟ ଚିଫ୍ ୱାର୍ଡେନ୍ ଏବଂ କଟକ ସଦର ବିଧାୟକ ପ୍ରକାଶ ସେଠୀଙ୍କ ମଧ୍ୟରେ ବଢିଲା କଳି । ଗୋଟିଏ ପଟେ ବିଧାୟକ କ୍ଷମା ମାଗନ୍ତୁ ବୋଲି ବିଶ୍ବବିଦ୍ୟାଳୟ ୱାର୍ଡେନ୍ ସଂଘ ଅଡି ବସିଛି । ଅନ୍ୟ ପଟେ ବିଧାୟକ…

    Continue reading
    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ