ପାରାଦୀପରେ ଜେଏସଡବ୍ଲ୍ୟୁ ମେଗା ଷ୍ଟିଲ୍ ପ୍ଲାଣ୍ଟର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଜଗତସିଂହପୁର:ଜଗତସିଂହପୁରବାସୀଙ୍କ ପାଇଁ ଖୁସି ଖବର। ଜିଲ୍ଲାରେ ନିର୍ମାଣ ହେବ ବଡ଼ ଷ୍ଟିଲ୍ ପ୍ଲାଣ୍ଟ।ହଜାର ହଜାର ଯୁବକ ଓ ଯୁବତୀ ନିଯୁକ୍ତି ପାଇବେ। ପାରାଦୀପର ଢିଙ୍କିଆ ଅଂଚଳରେ ଆୟୋଜିତ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ନିର୍ମାଣ କାର୍ଯ୍ୟର ଶିଳାନ୍ୟାସ କରିବା ସହିତ ଓଡ଼ିଶାକୁ ଦେଶର ‘ଷ୍ଟିଲ୍ ରାଜଧାନୀ’ ଭାବେ ଗଢ଼ିତୋଳିବାକୁ ରାଜ୍ୟ ସରକାର ଦୃଢ଼ ସଂକଳ୍ପ ନେଇଥିବା ପ୍ରକାଶ କରିଛନ୍ତି। ଏହି ଅବସରରେ ମୋହନ ମାଝୀ କହିଛନ୍ତି, ଦିଲ୍ଲୀରେ ବହୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ ଥିଲେ ମଧ୍ୟ ଓଡ଼ିଶାରେ ଶିଳ୍ପ ବିକାଶ ପାଇଁ ତାକୁ ପଛରେ ପକାଇ ଏଠାକୁ ଆସିଛି।

ଜେଏସଡବ୍ଲ୍ୟୁ ଇଣ୍ଟିଗ୍ରେଟେଡ୍ ଷ୍ଟିଲ ପ୍ଲାଣ୍ଟ ପାଇଁ ଓଡ଼ିଶାକୁ ବାଛିଥିବାରୁ କମ୍ପାନୀର ଅଧ୍ୟକ୍ଷ ସଜନ ଜିନ୍ଦଲଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ମୁଖ୍ୟମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ସ୍ଥାନୀୟ ଲୋକମାନେ ଯେଉଁ ସ୍ୱପ୍ନ ଦେଖିଥିଲେ ତାକୁ ରାଜ୍ୟ ସରକାର ପୂରଣ କରିଛି ବୋଲି କହିବା ସହ ନିର୍ଦ୍ଧାରିତ ସମୟର ଦୁଇ ବର୍ଷ ପୂର୍ବରୁ ଆମେ ଏହି ପ୍ରକଳ୍ପର ଶିଳାନ୍ୟାସ କରିଛୁ ।

ଏହି ପ୍ରକଳ୍ପରେ ଜେଏସଡବ୍ଲୁ ଷ୍ଟିଲ୍ ପକ୍ଷରୁ ସମୁଦାୟ ୧ ଲକ୍ଷ ୨୫ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ କରାଯିବ। ଦୁଇଟି ପର୍ଯ୍ୟାୟରେ କାର୍ଯ୍ୟକାରୀ ହେବାକୁ ଥିବା ଏହି ଅତ୍ୟାଧୁନିକ ପ୍ଲାଣ୍ଟରୁ ବାର୍ଷିକ ପ୍ରାୟ ୨୪ ମିଲିଅନ୍ ଟନ୍ ଷ୍ଟିଲ୍ ଉତ୍ପାଦନ ହେବ। ତା’ ସହ ଏଠାରେ ୧୨ ମିଲିଅନ୍ ଟନର ଏକ ସିମେଣ୍ଟ ପ୍ଲାଣ୍ଟ, ୯୦୦ ମେଗାୱାଟର କାପ୍‌ଟିଭ୍ ପାୱାର ସିଷ୍ଟମ୍ ଏବଂ ଏକ ସ୍ୱତନ୍ତ୍ର ଜେଟି ମଧ୍ୟ ନିର୍ମାଣ କରାଯିବ। ଜେଏସଡବ୍ଲୁ ଗ୍ରୁପ୍‌ର ଅଧ୍ୟକ୍ଷ ସଜ୍ଜନ ଜିନ୍ଦଲ ଏବଂ ଜାପାନର ସହଯୋଗୀ କମ୍ପାନୀ JFE ଷ୍ଟିଲ୍ ର ବରିଷ୍ଠ କର୍ମକର୍ତ୍ତାଙ୍କ ଉପସ୍ଥିତିରେ ମୁଖ୍ୟମନ୍ତ୍ରୀ କମ୍ପାନୀକୁ ସମସ୍ତ ପ୍ରକାର ସରକାରୀ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପ୍ରତିଶ୍ରୁତି ଦେଇଛନ୍ତି।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ