ଆଜି ପବିତ୍ର ‘ଇଦ-ଉଲ-ଜୁହା’, ମସଜିଦରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼

ଆଜି ଇଦ-ଉଲ-ଜୁହା। ସାରା ଦେଶ ସମେତ ରାଜ୍ୟରେ ମୁସଲିମ ଧର୍ମାବଲମ୍ବୀଙ୍କ ପବିତ୍ର ପର୍ବ ‘ଇଦ-ଉଲ-ଜୁହା’ ପାଳିତ ହେଉଛି। ସକାଳୁ ସକାଳୁ ବିଭିନ୍ନ ମସଜିଦରେ ସାମୂହିକ ନମାଜ ପାଠ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ସହରର ପ୍ରମୁଖ ମସଜିଦ ଗୁଡ଼ିକରେ ସ୍ୱତନ୍ତ୍ର ନମାଜ ପାଠର ଆୟୋଜନ କରାଯାଇଛି।

ସାମୂହିକ ପ୍ରାର୍ଥନା ପାଇଁ ସମସ୍ତ ମସଜିଦ କମିଟି ପକ୍ଷରୁ ସ୍ୱତନ୍ତ୍ର ପ୍ରସ୍ତୁତି କରାଯାଇଥିବା ବେଳେ ଶ୍ରଦ୍ଧାଳୁମାନେ ନୂତନ ବସ୍ତ୍ର ପରିଧାନ କରି ପରସ୍ପରକୁ ଇଦ୍ ର ଶୁଭେଚ୍ଛା ଜଣାଉଛନ୍ତି। ପବିତ୍ର ପର୍ବକୁ ଶାନ୍ତିଶୃଙ୍ଖଳାର ସହ ସମାପନ କରିବା ଏବଂ ସହରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ହୋଇଛି।

ଗତକାଲି କଟକରେ କମିଶନରେଟ ପୋଲିସ ପକ୍ଷରୁ ବିଭିନ୍ନ ଥାନା ଅଞ୍ଚଳରେ ଫ୍ଲାଗ ମାର୍ଚ୍ଚ କରାଯାଇଥିଲା। କୌଣସି ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ଆର୍ମଡ ପୋଲିସ ମୁତୟନ କରାଯାଇଛି। ସମସ୍ତ ସମ୍ବେଦନଶୀଳ ଅଞ୍ଚଳ ଏବଂ ପ୍ରମୁଖ ମସଜିଦଗୁଡ଼ିକରେ ସଶସ୍ତ୍ର ଆର୍ମଡ ପୋଲିସ ଫୋର୍ସ ମୁତୟନ କରାଯାଇଛି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ