ଭୁବନେଶ୍ବର : ବଢିବ ତାପମାତ୍ରା । କମିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ୨ ରୁ ୪ ଡିଗ୍ରୀ ପର୍ୟ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ । ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ବୃଦ୍ଧି ପାଇବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ହାଲୁକା ଶୀତ ସହ କଲବଲ କରିବ ଘନକୁହୁଡି । ୯ ତାରିଖ ପର୍ୟ୍ୟନ୍ତ ଘନକୁହୁଡି ନେଇ ୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ସୁନ୍ଦରଗଡ, କନ୍ଧମାଳ ଏବଂ କୋରାପୁଟରେ ଘନ କୁହୁଡି ଅନୁଭୁତ ହେବ। ୯ ତାରିଖରେ ସମ୍ବଲପୁର, ଝାରସୁଗୁଡା, ବଲାଙ୍ଗୀର, ଗଞ୍ଜାମ ଏବଂ କଳାହାଣ୍ଡିରେ ହାଲୁକା କୁହୁଡି ନେଇ ସତର୍କତା ଜାରି କରାଯାଇଛି। ବିଶେଷ କରି ରାତି ୨ ଟାରୁ ସକାଳ ୧୦ ପର୍ୟ୍ୟନ୍ତ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ରାସ୍ତାରେ ନଜର ରଖିବାକୁ ପରିବହନ ବିଭାଗକୁ ସତର୍କ କରାଯାଇଛି ।
ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍
ଏମ୍କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…




