ଶୁକ୍ରବାରଠାରୁ ଗ୍ରୀଷ୍ମ ଜ୍ୱାଳାରେ ଲାଗିପାରେ ସାମୟିକ ବ୍ରେକ୍

ଭୁବନେଶ୍ୱର: ଶୁକ୍ରବାରଠାରୁ ତାତି ଆହୁରି କମିବ । ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରୁ ସାମାନ୍ୟ ଆଶ୍ୱସ୍ତି ମିଳିବ । ଗତ କିଛି ଦିନ ଧରି ଜାରି ରହିଥିବା ଗ୍ରୀଷ୍ମ ଜ୍ୱାଳାରେ ସାମୟିକ ବ୍ରେକ୍ ଲାଗିପାରେ । ଏଭଳି ଆଶା ଦେଖାଇଛନ୍ତି ପାଣିପାଗ ବିଶେଷଜ୍ଞ ।

ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି, ଆସନ୍ତା ୨୯ ଓ ୩୦ ତାରିଖରେ କାଳବୈଶାଖୀର ପ୍ରଭାବ ବଢ଼ିବ । ଏଥିପାଇଁ ତାତି କମିଯିବ । ଅଧିକାଂଶ ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ତଳେ ରହିବ । ଆସନ୍ତା ୪ ଓ ୬ ତାରିଖ ଯାଏ ତାତି କମ୍ ରହିବ ବୋଲି ସେ କହିଛନ୍ତି । ପାଣିପାଗ ବିଭାଗର ଆକଳନ କହୁଛି, ଆସନ୍ତା ଦୁଇ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ କମିଯିବ । ଉପକୂଳ ଓଡ଼ିଶାର ଅଧିକାଂଶ ସ୍ଥାନରେ ତାତି ୩୫ ଡିଗ୍ରୀରୁ ୩୭ ଡିଗ୍ରୀକୁ ଖସିବ । ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବି କମିବ ।

ଭାରତୀୟ ପାଣିପାଗ ବିଭାଗର ବିସ୍ତାରିତ ଆକଳନ ଅନୁସାରେ, ୧ରୁ ୩ ତାରିଖ ଯାଏ ଓଡ଼ିଶାର ବିକ୍ଷିପ୍ତ ସ୍ଥାନରେ ଅଧିକ ବର୍ଷା ହେବ । ୨୮ରୁ ୩୦ ତାରିଖ ଯାଏ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତଥାପି ୩୧ ତାରିଖ ଯାଏ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିବନି ବୋଲି ଏଥିରେ କୁହାଯାଇଛି । ପୁଣି ଜୁନ୍ ୪ରୁ ୧୦ ତାରିଖ ଯାଏ ରାଜ୍ୟର କିଛି ସ୍ଥାନରେ ଦିନ ତାପମାତ୍ରା ସ୍ୱାଭାବିକଠାରୁ ଅଧିକ (୩ରୁ ୫ ଡିଗ୍ରୀ ଅଧିକ) ରହିପାରେ ବୋଲି ବିସ୍ତାରିତ ଆକଳନରେ କୁହାଯାଇଛି ।

ଗୁରୁବାର ବଲାଙ୍ଗିରରେ ଦିନ ତାପମାତ୍ରା ୪୩.୨ ଡିଗ୍ରୀ ରେକର୍ଡ ହୋଇଛି । ସମ୍ବଲପୁରରେ ୪୩.୧, ଟିଟିଲାଗଡ଼ରେ ୪୩, ହୀରାକୁଦରେ ୪୨.୫, ବରଗଡ଼ରେ ୪୨.୨, ନୂଆପଡ଼ାରେ ୪୨, ଝାରସୁଗୁଡ଼ାରେ ୪୧.୮, ଅନୁଗୁଳରେ ୪୧.୧ ଡିଗ୍ରୀ ରେକର୍ଡ ହୋଇଛି । ମାଲକାନଗିରିରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ହୋଇଛି । ଗଞ୍ଜାମର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହୋଇଛି ।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ