ଝୁଲି ପଡ଼ିଲେ ଦୁଇ ଛାତ୍ର

ନୂଆଦିଲ୍ଲୀ: ଝୁଲି ପଡ଼ିଲେ ଜେଇଇ ପରୀକ୍ଷା ପାଇଁ କୋଚିଂ ନେଉଥିବା ଦୁଇ ଛାତ୍ର। ରାଜସ୍ଥାନର କୋଟାରୁ ସାମ୍ନାକୁ ଆସିଛି ପୁଣି ଏଭଳି କିଛି ଅଭିଯୋଗ।

ସୂଚନା ମୁତାବକ, କୋଟାର ବିଜ୍ଞାନ ନଗରରେ ରହି ଜେଇଇ ପାଇଁ ପ୍ରସ୍ତୁତ ହେଉଥିବା ୨୦ ବର୍ଷୀୟ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ଛାତ୍ର ଜଣକ ଅଭିଷେକ ବୋଲି ଜଣା ପଡିଛି। ସେ ମଧ୍ୟପ୍ରଦେଶ ଗୁନା ଜିଲ୍ଲାର ବାସିନ୍ଦା ଥିଲେ।ଅଭିଷେକ ଗତ ବର୍ଷ ମେ ମାସରୁ କୋଟାର ଏକ କୋଚିଂ ସେଣ୍ଟରରେ ଜେଇଇ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିଲେ। ସେ ଏଠାରେ ବିଜ୍ଞାନ ନଗର ପୁଲିସ୍ ଷ୍ଟେସନ ପରିସରରେ ଥିବା ଡାକନିଆ ଅଞ୍ଚଳରେ ଏକ ପିଜିରେ ରହୁଥିଲେ। ପୁଲିସର ସୂଚନାନୁସାରେ ଅଭିଷେକ କୋଠରୀରେ ଥିବା ଫ୍ୟାନ୍‌ରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ପୁଲିସ ମାମଲାର ତଦନ୍ତ ଜାରି ରଖିଛି।

ସେହିପରି ଏହାପୂର୍ବରୁ ବୁଧବାର କୋଟା ଜିଲ୍ଲାର ଜବାହର ନଗର ଥାନା ଅଞ୍ଚଳରେ ମଧ୍ୟ ଆଇଆଇଟି -ଜେଇଇ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଜଣେ ଛାତ୍ର ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ମୃତକ ଛାତ୍ର ଜଣକ ଥିଲେ ୧୯ ବର୍ଷୀୟ ନୀରଜ। ସେ ହରିୟାଣାର ବାସିନ୍ଦା ଥିଲେ।

  • Related Posts

    ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅକୁ ଆଜୀବନ କାରାଦଣ୍ଡ

    ନୂଆଦିଲ୍ଲୀ: ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଅମିତ ଯୋଗୀକୁ ଆଜୀବନ ସଜ୍ଜା ଶୁଣାଇଛନ୍ତି ହାଇକୋର୍ଟ । ପୂର୍ବତନ ସିଏମ୍ ଅଜିତ ଯୋଗୀଙ୍କ ପୁଅ ତଥା ପୂର୍ବ ବିଧାୟକ ଅମିତ ଯୋଗୀ । ୨୦୦୩ ଏକ ହତ୍ୟା ମାମଲାରେ ଆଜୀବନ ଶୁଣାଇଛନ୍ତି ହାଇକୋର୍ଟ…

    Continue reading
    ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣ, ଜଣେ ଯବାନ୍‌ ଆହତ

    ଝାଡ଼ଖଣ୍ଡ: ପଡୋଶୀ ଝାଡ଼ଖଣ୍ଡର ଚାଇବାସା ଅଞ୍ଚଳର ସରଣ୍ଡା ଜଙ୍ଗଲରେ ଆଜି ସକାଳେ ଏକ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ କୋବ୍ରା ବାଟାଲିଅନ୍‌ର ଜଣେ ଯବାନ୍‌ ଆହତ ହୋଇଛନ୍ତି । ଆହତ ଯବାନ୍‌ଙ୍କୁ ଚିକିତ୍ସା ପାଇଁ ଏୟାର୍‌ଲିଫ୍ଟ କରାଯାଇ ରାଞ୍ଚି ନିଆଯିବ ବୋଲି ସୂଚନା ମିଳିଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ