କେନ୍ଦ୍ରାପଡ଼ା ସହରରେ ଫୁଟିଲା ଗୁଳି

କେନ୍ଦ୍ରାପଡା:କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ସହରସ୍ଥ ରଣପଡା ନିକଟ ଟାଉନ ହାଇସ୍କୁଲ ପଡ଼ିଆ ପାଖରେ ଶନିବାର ସନ୍ଧ୍ୟାରେ ଗୁଳି ଫୁଟିଛି। ଏଥିରେ କାହାରି କ୍ଷତି ହୋଇନାହିଁ। ଜଣେ ବ୍ୟକ୍ତିଙ୍କୁ ଗୁଳି ଚଳାଇବା ସନ୍ଦେହରେ ପୋଲିସ ଉଠାଇ ନେଇଛି। ସହରର ଜଣେ ଗ୍ୟାଙ୍ଗଷ୍ଟରଙ୍କ ପୁଅ ଗୁଳିକାଣ୍ଡରେ ସମ୍ପୃକ୍ତ ଥିବା ଆଲୋଚନା ହେଉଛି। ଘଟଣାସ୍ଥଳରେ ଟାଉନ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏକ ଠିକା କାମକୁ ନେଇ ସନ୍ଧ୍ୟାରେ ଜଣେ କାଉନ୍‌ସିଲର ଓ ତାଙ୍କ ଶଳାଙ୍କୁ ସମ୍ପୃୃକ୍ତ ବ୍ୟକ୍ତି ଗୁଳିମାଡ଼ ମାରିଥିବା ସୂଚନା ମିଳିଛି। ପରେ କାଉନ୍‌ସିଲର ଶଳାଙ୍କ ଉପରକୁ ଗୁଳି ଚଳାଇଥିଲେ। ଏହା କାହାରି ଦେହରେ ବାଜି ନ ଥିଲା।
ଏ ସମ୍ପର୍କରେ ଥାନା ଅଧିକାରୀ ଶୁଭେନ୍ଦୁ ସାହୁ କହିଛନ୍ତି, ଖବର ମିଳିବା ପରେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ ହୋଇଛି। ଅଦ୍ୟାବଧି କୌଣସି ଅଭିଯୋଗ ହୋଇନାହିଁ।

  • Related Posts

    ଦେବାଶିଷ ସାମନ୍ତରାୟ ବିଜେପି ରାଜ୍ୟସଭା ପ୍ରାର୍ଥୀ

    ଭୁବନେଶ୍ୱର: ବିଜେପିର ରାଜ୍ୟସଭା ପ୍ରାର୍ଥୀ ହେଲେ ଦେବାଶିଷ ସାମନ୍ତରାୟ । ଓଡ଼ିଶା ପାଇଁ ହେବାକୁ ଥିବା ଉପନିର୍ବାଚନ ପରିପ୍ରେକ୍ଷୀରେ ତାଙ୍କୁ ବିଜେପି ପ୍ରାର୍ଥୀ କରିଛି । ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ ବିଧିବଦ୍ଧଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।…

    Continue reading
    ଓଡିଶାର ବିପର୍ଯ୍ୟୟ ପ୍ରସ୍ତୁତିକୁ ସୁଦୃଢ କରିବ କୋଷ୍ଟାଲ୍ ରାଜମାର୍ଗ; ବ୍ରିକ୍ସ ମଞ୍ଚରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୋହନ

    ପୁରୀ: ପ୍ରାୟ ୮,୩୦୧ କୋଟି ଟଙ୍କାର ବ୍ୟୟ ଅଟକଳରେ ରାମେଶ୍ୱରରୁ ପାରାଦୀପ ୧୬୦ କିଲୋମିଟର ବିଶିଷ୍ଟ କୋଷ୍ଟାଲ ଗ୍ରୀନଫିଲ୍ଡ ଉପକୂଳ ରାଜମାର୍ଗ ନିର୍ମାଣ ହେବ । ଏହି ଜାତୀୟ ରାଜପଥ ଓଡ଼ିଶାର ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ମୁକାବିଲା କ୍ଷମତାକୁ ଯଥେଷ୍ଟ ଶକ୍ତିଶାଳୀ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ