ଥାର୍ଡ ଡିଗ୍ରୀ, ତଦନ୍ତ ନିର୍ଦ୍ଦେଶ ଦେଲେ ଦକ୍ଷିଣାଞ୍ଚଳ ଆଇଜି

ଗଞ୍ଜାମ: ପୁଣି ଥାନାରେ ଥାର୍ଡ ଡିଗ୍ରୀ । ଏଥର ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନାରୁ । ପୋଲିସ ମାଡରେ ଜଣେ ଦିବ୍ୟାଙ୍ଗ ଯୁବକଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି । ସେପଟେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି। ଗଞ୍ଜାମ ଏସ୍ ପି ହରିଶ ବି ସି ଙ୍କୁ ତଦନ୍ତ ଦାୟିତ୍ୱ ଦେଇଛନ୍ତି ଦକ୍ଷିଣାଞ୍ଚଳ ଆଇଜି ନୀତିଶେଖର।
ମୃତଦେହ ବ୍ୟବଚ୍ଛେଦ କରାଯିବ । ତଦନ୍ତ ରିପୋର୍ଟ ଆସିବା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି । ପୋଲିସ ମାଡରେ ପ୍ରାଣ ହରାଇଥିବା ଦିବ୍ୟାଙ୍ଗ ହେଉଛନ୍ତି ସୁବୁଳିଆ ଗାଁର ୩୨ ବର୍ଷୀୟ ସୁଶାନ୍ତ ସାହୁ। ତାଙ୍କ ପତ୍ନୀଙ୍କ ଅଭିଯୋଗ ଅନୁସାରେ, ଗତ ୨୫ ତାରିଖରେ ପଥର ବ୍ଲାଷ୍ଟିଂ ମାମଲାରେ ସୁଶାନ୍ତଙ୍କୁ ଥାନାକୁ ଆଣିଥିଲା ପୋଲିସ୍। କାଲି ପରିବାର ସଦସ୍ୟଙ୍କୁ ଗୁରୁତର ଅବସ୍ଥାରେ ହସ୍ତାନ୍ତର କରାଯାଇଥିଲା।

ତେବେ ସୁଶାନ୍ତଙ୍କ ଚିକିତ୍ସା ପାଇଁ ପରିବାର ଲୋକେ ପ୍ରଥମେ ଆସିକା ଓ ପରେ ବ୍ରହ୍ମପୁର ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରିଥିଲେ। କିନ୍ତୁ ସେଠାରେ ତାଙ୍କର ମୃତ୍ୟୁ ହୋଇଛି l ଥାନାରେ ନିର୍ଧୁମ ମାଡ଼ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

  • Related Posts

    ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ

    ଭୁବନେଶ୍ୱର:ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି। ଯେଉଁ ଅଧିକାରୀ କିମ୍ବା କର୍ମଚାରୀ ସମ୍ପତ୍ତି ସଂକ୍ରାନ୍ତୀୟ ମିଥ୍ୟା ତଥ୍ୟ ଦେବେ…

    Continue reading
    ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ

    କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି ଶୁକ୍ରବାର ଇ-ମେଲ୍‌ ଯୋଗେ ପଠାଇଛନ୍ତି। ଏଥିରେ ପଞ୍ଚାୟତର ଉନ୍ନୟନ କାର୍ଯ୍ୟ ପାଇଁ ବ୍ଲକ ଅଫିସ୍‌ ଯାଇଥିବା ସମୟରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ