ମେଗା ଆଇଟି ହବ୍ ହେବ ଓଡ଼ିଶା:ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ କରିବା ପ୍ରସ୍ତାବ କେନ୍ଦ୍ର ସରକାରଙ୍କ ବିଚାରାଧୀନ ରହିଛି । ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଏଭଳି କିଛି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ।ଏହାସହିତ ଓଡ଼ିଶାରେ ଏବେ ୭୦ହଜାର କୋଟି ଟଙ୍କାରୁ ଅଧିକ ରେଳ ପ୍ରକଳ୍ପ ନିର୍ମାଣାଧୀନ ରହିଥିବା ମଧ୍ୟ ସୂଚନା ଦେଇଛନ୍ତି ।
ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିବା ସହ ଓଡ଼ିଶାରେ ରେଳବାଇ ଓ ଆଇଟି କ୍ଷେତ୍ରରେ ବିକାଶ ଦିଗରେ ଆଲୋଚନା ହୋଇଥିବା ଜଣାପଡ଼ିଛି । ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଡ଼ିଶାକୁ ଏକ ମେଗା ଆଇଟି ହବରେ ପରିଣତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି । ଓଡ଼ିଶାକୁ ମେଗା ଆଇଟି ହବରେ ପରିଣତ କରିବା ପାଇଁ ସମସ୍ତ ପ୍ରକାରର ପଦକ୍ଷେପ ନିଆଯାଉଛି । ଓଡ଼ିଶାରେ ଆଇଟି ଷ୍ଟାର୍ଟଅପର ବିକାଶ ପାଇଁ ୪ଟି ବୈଷୟିକ ଅନୁଷ୍ଠାନରେ ‘ଚିପ୍ ଟୁ ଷ୍ଟାର୍ଟଅପ୍‌’କାର୍ୟ୍ୟକ୍ରମ କରାଯାଉଛି । ଏହି ଅନୁଷ୍ଠାନଗୁଡ଼ିକ ହେଉଛି- ଆଇଆଇଟି ଭୁବନେଶ୍ୱର, ଏନଆଇଟି ରାଉରକେଲା, ଆଆଇଆଇଟି ଭୁବନେଶ୍ୱର ଓ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ବ୍ରହ୍ମପୁର ବୋଲି କେନ୍ଦ୍ରମନ୍ତ୍ରୀ ସୂଚନା ଦେଇଥିଲେ ।ଓଡ଼ିଶାରେ ଏକ ବିଶ୍ୱସ୍ତରୀୟ ଆଇଟି ପ୍ରଶିକ୍ଷଣ ପ୍ରତିଷ୍ଠାନ ସ୍ଥାପନ ପାଇଁ ଜମି ସହିତ ଅନ୍ୟାନ୍ୟ ସବୁପ୍ରକାରର ସହଯୋଗ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ସେମି କଣ୍ଡକ୍ଟର ଶିଳ୍ପ ପ୍ରତିଷ୍ଠା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ସହଯୋଗ ଲୋଡ଼ିଛନ୍ତି । ଓଡ଼ିଶାରେ ଯେପରି ଅଧିକରୁ ଅଧିକ ଆଇଟି କମ୍ପାନୀ ପୁଞ୍ଜିବିନିଯୋଗ କରିବେ ସେଥିପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ସହଯୋଗ ଲୋଡ଼ିଛନ୍ତି । ଓଡ଼ିଶାରୁ ଅଧିକ ଲୋକ ମହାକୁମ୍ଭ ମେଳା-୨୦୨୫ ଦେଖିବାକୁ ଯିବା ସମ୍ପର୍କରେ ମଧ୍ୟ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଥିଲା । କେନ୍ଦ୍ରମନ୍ତ୍ରୀ ଶ୍ରୀ ବୈଷ୍ଣବ ସବୁପ୍ରକାରର ସହଯୋଗ ଓ ପ୍ରୋତ୍ସାହନ ଯୋଗାଇ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।

  • Related Posts

    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading
    ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି

    ଭୁବନେଶ୍ବର,: ପ୍ରଥମ ଶ୍ରେଣୀ ସାହିତ୍ୟ ବହିରେ ଗୁରୁତର ତ୍ରୁଟି । ଝୁଲଣା-୧ବହିରେ ‘ଅ’ ବଦଳରେ ‘ଚ’ରୁ ଆରମ୍ଭ ହୋଇଛି ବର୍ଣ୍ଣମାଳା । ସେହିପରି ‘ବନ୍ଦେ ଉତ୍କଳ ଜନନୀ’ରେ ବି ଭୁଲ୍ । ଜାତୀୟ ସଙ୍ଗୀତରେ ବି ଗୁରୁତର ତ୍ରୁଟି ଦେଖାଦେଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ