ସମଲିଙ୍ଗୀ ବିବାହକୁ ଆଇନ ମାନ୍ୟତା ଦେବା ଆବେଦନ ଅଗ୍ରାହ୍ୟ

ନୂଆଦିଲ୍ଲୀ: ଭାରତରେ ସମଲିଙ୍ଗୀ ବିବାହକୁ ଆଇନ ମାନ୍ୟତା ଦେବା ପାଇଁ ହୋଇଥିବା ଆବେଦନ ଉପରେ ବଡ଼ ନିଷ୍ପତ୍ତି ନେଇଛନ୍ତି ସୁପ୍ରିମକୋର୍ଟ। ପୂର୍ବରୁ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ମନା କରି ଦେଇଥିଲେ। ଏହାକୁ ପୁନଃ ସମୀକ୍ଷା କରିବାକୁ ହୋଇଥିବା ଏକାଧିକ ଆବେଦନକୁ ମଧ୍ୟ ଆଜି ସର୍ବୋଚ୍ଚ ଅଦାଲତ ଅଗ୍ରାହ୍ୟ କରିଦେଇଛନ୍ତି। ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ୨୦୨୩ରେ ସର୍ବୋଚ୍ଚ ନ୍ୟାୟଳୟ ସଫା ସଫା ମନା କରିଦେଇଥିଲେ।

ସେହି ସମୟରେ ସୁପ୍ରିମକୋର୍ଟ ଐତିହାସିକ ରାୟରେ କହିଥିଲେ ଯେ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବାକୁ ସମ୍ବିଧାନରେ କୌଣସି ବ୍ୟବସ୍ଥା ନାହିଁ। ଆଜି ସର୍ବୋଚ୍ଚ ଅଦାଲତ ପୁରୁଣା କଥାକୁ ଦୋହରାଇବା ସହ ପୂର୍ବ ରାୟରେ କୌଣସି ତ୍ରୁଟି ନଥିବା କହିଛନ୍ତି।ପୂର୍ବ ରାୟରେ ଦିଆଯାଇଥିବା ମତ ଆଇନ ଆଧାରରେ କରାଯାଇଥିଲା। ତେଣୁ ଆଉ ସେଥିରେ ହସ୍ତକ୍ଷେପ କରିବାର କୌଣସି କାରଣ ନାହିଁ। ଏହାର ଅର୍ଥ ରାୟକୁ ସୀମକ୍ଷା କରିବା ପାଇଁ ହୋଇଥିବା ସମସ୍ତ ରିଭ୍ୟୁ ପିଟିସନକୁ ଖାରଜ କରାଯାଉଛି।

ଆଜି ଜଷ୍ଟିସ ବିଆର ଗବାଇ, ଜଷ୍ଟିସ ସୂର୍ୟ୍ୟକାନ୍ତ, ଜଷ୍ଟିସ ବିଭି ନାଗରତ୍ନା, ଜଷ୍ଟିସ ପିଏସ୍‌ ନରସୀମା ଓ ଜଷ୍ଟିସ ଦୀପଙ୍କର ଦତ୍ତାଙ୍କ ଖଣ୍ଡପୀଠ ଚ୍ୟାମ୍ବର ମଧ୍ୟରେ ରିଭ୍ୟୁ ପିଟିସନ ଗୁଡ଼ିକୁ ଯାଞ୍ଚ କରିଥିଲେ। ଏହାର ଓପନ କୋର୍ଟ ଶୁଣାଣିରେ ଆବଶ୍ୟକ ନାହିଁ ବୋଲି ଖଣ୍ଡପୀଠ ରଖିଛନ୍ତି।

  • Related Posts

    ଟାଇଗର ନୁହଁ , ସଲମାନ ଖାନ୍ ଥିଲେ ଟାର୍ଗେଟ୍

    ବଲିଉଡ୍‌ ଅଭିନେତା ଟାଇଗର ଶ୍ରଫ୍‌ଙ୍କ ଉପରେ ଗୁଳିମାଡ଼ ଘଟଣାକୁ ନେଇ ତଦନ୍ତରେ ନୂଆ ତଥ୍ୟ ସାମ୍ନାକୁ ଆସିଛି। ଟାଇଗର ଶ୍ରଫ୍‌ ନୁହଁନ୍ତି, ବରଂ ଅଭିନେତା ସଲମାନ ଖାନ୍ ଥିଲେ ଆକ୍ରମଣକାରୀଙ୍କ ମୂଳ ଟାର୍ଗେଟ୍‌ ବୋଲି ଜଣାପଡ଼ିଛି। ସଲମାନଙ୍କ ଘର ଆଖପାଖରେ କଡ଼ା…

    Continue reading
    ଶେଷ ପର୍ଯ୍ୟାୟରେ ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି

    ନୂଆଦିଲ୍ଲୀ: ଭାରତ ଏବଂ ଆମେରିକା ମଧ୍ୟରେ ଗତ ବର୍ଷେରୁ ଅଧିକ ସମୟରୁ ଚାଲିଥିବା ବାଣିଜ୍ୟ ଚୁକ୍ତି ଆଲୋଚନା ଏବେ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓଙ୍କ ସମେତ ଅନେକ ବରିଷ୍ଠ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି