ଓଡିଶାରେ କୋଷ୍ଟାଲ ହାଇୱେ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ, ୮ ହଜାର ୩୦୦ କୋଟି ଟଙ୍କା ବ୍ୟୟବରାଦ

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡିଶାରେ କୋଷ୍ଟାଲ ହାଇୱେ’ ପ୍ରକଳ୍ପକୁ କେନ୍ଦ୍ର କ୍ୟାବିନେଟରେ ମଞ୍ଜୁରୀ ମିଳିଛି। ଓଡ଼ିଶାରେ ଏନଏଚ୍-୯୦ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ରାମେଶ୍ୱର ଠାରୁ କୋଣାର୍କ ଦେଇ ପାରାଦୀପ ପର୍ଯ୍ୟନ୍ତ ଗ୍ରୀନଫିଲ୍ଡ ‘କୋଷ୍ଟାଲ ହାଇୱେ’ ନିର୍ମାଣ ପାଇଁ ମଞ୍ଜୁରୀ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର କେନ୍ଦ୍ର କ୍ୟାବିନେଟ ବୈଠକରେ ଏହି ଅନୁମୋଦନ ଦିଆଯାଇଛି। ପ୍ରାୟ ୧୬୦.୧୮ କିଲୋମିଟର ଲମ୍ବ ବିଶିଷ୍ଟ ଏହି ପ୍ରକଳ୍ପ ପାଇଁ କେନ୍ଦ୍ର ସରକାର ପ୍ରାୟ ୮ ହଜାର ୩୦୦ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ବ୍ୟୟବରାଦ କରିଛନ୍ତି।
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶାର ଭିତ୍ତିଭୂମି ଓ ଅର୍ଥନୀତିର ବିକାଶ ପାଇଁ ମୋଦୀ ସରକାର ସଦାସର୍ବଦା ପ୍ରତିବଦ୍ଧ । ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି ସୁଦୃଢ଼ କରିବା ସହ ରାଜ୍ୟର ବ୍ଲୁ ଇକୋନୋମୀ ଏବଂ ଶିଳ୍ପାୟନକୁ ନୂଆ ଗତି ଦେବ । ଏହି ପ୍ରକଳ୍ପ ହାଇବ୍ରିଡ୍ ଆନୁଇଟି ମୋଡରେ ନିର୍ମାଣ କରାଯିବ । ଏହି ମେଗା ପ୍ରକଳ୍ପକୁ ଦୁଇଟି ପ୍ୟାକେଜ୍‌ରେ ବିଭକ୍ତ କରାଯାଇଛି । ପ୍ରଥମ ପର୍ଯ୍ୟାୟ ପ୍ୟାକେଜ୍-୧ ଅଧୀନରେ ରାମେଶ୍ୱର ଠାରୁ କାକଟପୁର ପର୍ଯ୍ୟନ୍ତ ପ୍ରାୟ ୭୯ କିଲୋମିଟର ରାସ୍ତାକୁ ୪-ଲେନ୍ ବିଶିଷ୍ଟ ହାଇୱେ କରାଯିବ । ପ୍ୟାକେଜ୍-୨ ଅଧୀନରେ କାକଟପୁର ଠାରୁ ପାରାଦୀପ ପର୍ଯ୍ୟନ୍ତ ପ୍ରାୟ ୮୦ କିଲୋମିଟର ରାସ୍ତାକୁ ପକ୍କା ସୋଲ୍ଡର ବିଶିଷ୍ଟ ୨-ଲେନ୍ ବିଶିଷ୍ଟ ରୋଡ୍ ଭାବେ ନିର୍ମାଣ କରାଯିବ।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ଆର୍ଥିକ ପ୍ରଗତି, ପର୍ଯ୍ୟଟନ ଏବଂ ବାଣିଜ୍ୟ କ୍ଷେତ୍ରରେ ଏହି ପ୍ରକଳ୍ପ ଏକ ଗେମ୍-ଚେଞ୍ଜର ସାବ୍ୟସ୍ତ ହେବ । ପୂର୍ବ ଭାରତର ବିକାଶ ତଥା ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ସମୃଦ୍ଧି ପାଇଁ ମୋଦୀ ସରକାରଙ୍କ ଏହି ସୁଚିନ୍ତିତ ପଦକ୍ଷେପ ପ୍ରଶଂସନୀୟ । ଏହି ସୁପାରିଶକୃତ ପ୍ରକଳ୍ପ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ଯୋଗାଯୋଗ ଭିତ୍ତିଭୂମି ସୁଦୃଢ଼ କରିବା ସହ ଅର୍ଥନୀତିକୁ ଏକ ନୂଆ ଗତି ପ୍ରଦାନ କରିବ । ଏହାସହ ସ୍ଥାନୀୟ ଅଞ୍ଚଳରେ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ସଡ଼କ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

  • Related Posts

    ଏ ବର୍ଷ ଏଲ୍ ନିନୋ ପ୍ରଭାବରେ କମ୍ ବର୍ଷା ସମ୍ଭାବନା

    ଚଳିତ ବର୍ଷ ମୌସୁମୀ ପ୍ରବାହ ସମୟରେ ଏଲ୍ ନିନୋ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିଯୋଗୁଁ ଚଳିତ ବର୍ଷ ମୌସୁମୀ ଋତୁ ଅର୍ଥାତ ଜୁନ୍ ରୁ ସେପ୍ଟମ୍ବର ମଧ୍ୟରେ ବର୍ଷାର ପରିମାଣ କମ୍ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ…

    Continue reading
    ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଗଠିତ ବ୍ରିକ୍ସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆଜିଠାରୁ ପୁରୀରେ ଆରମ୍ଭ

    ଭୁବନେଶ୍ୱର: ଭାରତ ୨୦୨୬ ବ୍ରିକ୍ସ ରାଷ୍ଟ୍ର ଗୋଷ୍ଠୀ ବୈଠକର ଅଧ୍ୟକ୍ଷତା କରୁଥିବା ବେଳେ ଜାତୀୟ ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ (ଏନଡିଏମଏ) ପକ୍ଷରୁ ପୁରୀ ଠାରେ ବ୍ରିକ୍ସ ବିପର୍ଯ୍ୟୟ ବିପଦ ହ୍ରାସ ଗୋଷ୍ଠୀର ଦ୍ୱିତୀୟ ବୈଠକ ଆୟୋଜନ କରାଯାଉଛି । ଆଜି ଠାରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ